ଭୁବନେଶ୍ୱର, : ଖୋର୍ଦ୍ଧା ବାଘମାରୀରେ ନାବାଳିକା ଅପହରଣ ଓ ଗଣଦୁଷ୍କର୍ମ ଘଟଣାକୁ ନେଇ ସରକାର ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏକ୍ସରେ ନବୀନ ଲେଖିଛନ୍ତି – ‘‘ଖୋର୍ଦ୍ଧା ବାଘମାରୀରେ ନାବାଳିକାଙ୍କୁ ଅପହରଣ ଏବଂ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ହୃଦୟବିଦାରକ। ସେହିପରି ଭଦ୍ରକ ଅରଞ୍ଜିରେ ମା’ର ମୃତ୍ୟୁ ପରେ କିସ୍ତି ଟଙ୍କା ପାଇଁ ଜଣେ ଯୁବତୀଙ୍କୁ ଗାଁ ଦାଣ୍ଡରେ ଏସଏଚଜିର ମହିଳାମାନେ ନିସ୍ତୁକ ମାଡ଼ ମାରିବା ପରି ଘଟଣା ସଭ୍ୟ ସମାଜରେ କଦାପି ଗ୍ରହଣୀୟ ନୁହେଁ। ବିଜୁ ଜନତା ଦଳର ସରକାର ସମୟରେ ମିଶନ ଶକ୍ତି ଜରିଆରେ ମା’ମାନେ ସଫଳତାର ସିଡ଼ି ଚଢୁଥିଲେ, ନିଜର ପରିଚୟ ସୃଷ୍ଟି କରୁଥିଲେ। ହେଲେ ବିଜେପି ସରକାରରେ ମା’ମାନେ ସବୁଠୁ ଅସୁରକ୍ଷିତ ହୋଇପଡିଛନ୍ତି, ବିକାଶ ଠପ୍ ହୋଇଛି । ଦିନକୁ ଦିନ ଓଡ଼ିଶାରେ ମହିଳାମାନଙ୍କ ଉପରେ ବଢ଼ୁଥିବା ଅତ୍ୟାଚାର ଏବଂ ଦୁଷ୍କର୍ମ ପରି ଘଟଣା ସମସ୍ତଙ୍କୁ ବିଚଳିତ କରିଦେଉଛି। ସରକାର ନିଦରୁ ଉଠନ୍ତୁ, ଦୋଷୀଙ୍କ ବିରୋଧରେ ତୁରନ୍ତ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ’’।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ