ଲୋକ ସଭା ନିର୍ବାଚନ ଶେଷ ହେବା ପରେ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ। ରବିବାର (୯ଜୁନ) ଶପଥ ଗ୍ରହଣ କରିବା ପରେ ସୋମବାର (୧୦ ଜୁନ) ରେ ସମସ୍ତ ମନ୍ତ୍ରୀଙ୍କ ମନ୍ତ୍ରଣାଳୟ ମଧ୍ୟ ବଣ୍ଟନ କରାଯାଇଥିଲା ଏବଂ ସରକାର ଏହାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଏବେ ଲୋକସଭା ବାଚସ୍ପତି ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିର୍ବାଚନ ୨୬ଜୁନରେ ଅନୁଷ୍ଠିତ ହେବ।ରାଷ୍ଟ୍ରପତି ୨୭ରେ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିବେ। ସେହି ଦିନ ସକାଳ ୧୧ଟାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ହେବ । ଅର୍ଥାତ୍ ଏହାପୂର୍ବରୁ ସମସ୍ତ ନବ ନିର୍ବାଚିତ ଲୋକସଭା ଏମପିଙ୍କୁ ଶପଥ କରାଯିବା ସହିତ ନୂଆ ବାଚସ୍ପତି ମଧ୍ୟ ନିର୍ବାଚିତ ହେବେ। ଜୁନ ୨୪ ଏବଂ ୨୫ରେ, ପ୍ରୋଟେମ ସ୍ପିକର ନୂତନ ଏମପିଙ୍କୁ ଶପଥ ଗ୍ରହଣ କରାଇବେ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ