ମାଲକାନଗିରି: ସ୍ବାଭିମାନ ଅଞ୍ଚଳରେ ଉଇଁଲା ନୂଆ ସୂର୍ଯ୍ୟ । ରୂପାନ୍ତରଣ ଅଧ୍ୟାୟରେ ମାଲକାନଗିରି । ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି । 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ । ପ୍ରାୟ ୨୩୩ ଏକର ଅଞ୍ଚଳରେ ନିର୍ମିତ ବିମାନ ବନ୍ଦରରେ ୧୬୨୦ ମିଟର ଇନଟୁ ୩୦ ମିଟର ରନଓ୍ବେ ନିର୍ମାଣ ହୋଇଛି । ୭୦ କୋଟି ଟଙ୍କା ବ୍ୟୟରେ ଏହି ବିମାନ ବନ୍ଦରର ଉନ୍ନତିକରଣ ହୋଇଛି । ଏଠାରେ ମଧ୍ୟମ ବର୍ଗର ଉଡାଜାହାଜ ଅବତରଣ କରିପାରିବା ସୁବିଧା ରହିଛି । ବିମାନ ବନ୍ଦରର ସମସ୍ତ ନିର୍ମାଣ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଛନ୍ତି । ଭୁବନେଶ୍ୱର, ଝାରସୁଗୁଡ଼ା, ଜୟପୁର, ଉତ୍କେଲା, ରାଉରକେଲା ଓ ରଙ୍ଗେଇଲୁଣ୍ଡା ପରେ ଆକାଶ ପଥରେ ଯୋଡି ହୋଇଛି ମାଲକାନଗିରି । ବିମାନ ସେବା ଆରମ୍ଭ ହେଲେ ଜିଲ୍ଲାରେ ସାମାଜିକ ଓ ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବ । ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହେବା ସହ ଲୋକଙ୍କୁ କର୍ମନିଯୁକ୍ତି ମିଳିବ ।ଆକାଶ ପଥରେ ଯୋଡି ହୋଇଛି ମାଲକାନଗିରି ।
Trending
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର
- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ଋଷଭ ସିଂହ ସାଂବ୍ୟାଲଙ୍କ ଇସ୍ତଫା, ପାରିବାରିକ ଓ ବ୍ୟକ୍ତିଗତ କାରଣ ପାଇଁ ନେଲେ ଅବସର
- ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ
- ନେପାଳ ବନ୍ୟା: ଏପର୍ଯ୍ୟନ୍ତ ୯୦୩ ମୃତଦେହ ଉଦ୍ଧାର ସମେତ ୪,୦୦୦ ରୁ ଅଧିକ ନିଖୋଜ
- କଟକରେ ନାବାଳିକା ଅପହରଣ ମାମଲା: ଜଣେ ବୃଦ୍ଧଙ୍କ ଫଟୋ ଜାରି କରି ୨୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି ପୋଲିସ
Prev Post
Next Post