ସଡକ ପରିବହନ ଓ ରାଜପଥ ମନ୍ତ୍ରାଳୟ (ଏମଓଆରଟିଏଚ) ୪ଟି ରାଜ୍ୟ ଗୁଜୁରାଟ, ରାଜସ୍ଥାନ, ଓଡିଶା ଓ କର୍ଣ୍ଣାଟକରେ ପାଇଲଟ ଭିତ୍ତିରେ ଅଣବିଧ୍ୱଂସକାରୀ ପରୀକ୍ଷଣ (ଏନଡିଟି) ଦ୍ୱାରା ଜାତୀୟ ରାଜପଥ ଗୁଣବତ୍ତା ନୀରିକ୍ଷଣ ପାଇଁ ଭ୍ରାମ୍ୟମାଣ ନୀରିକ୍ଷଣ ଯାନ (ଏମଆଇଭି) ମୁତୟନ କରାଯିବ । ବିଶ୍ୱ ଗୁଣବତ୍ତା ମାନଦଣ୍ଡ ଅନୁଯାୟୀ ଜାତୀୟ ରାଜପଥ ନିର୍ମାଣ ମନ୍ତ୍ରାଳୟର ପ୍ରତିବଦ୍ଧତାର ଏକ ଅଂଶ ।ଏହି ଏମଆଇଭିଗୁଡିକର ବ୍ୟବହାର ଦ୍ୱାରା ଜାତୀୟ ରାଜପଥ ନିର୍ମାଣରେ ପ୍ରଚଳିତ ଗୁଣବତ୍ତା ନିୟନ୍ତ୍ରଣ ଓ ଗୁଣବତ୍ତା ଗ୍ରହଣ ବ୍ୟବସ୍ଥାକୁ ଆହୁରି ସକ୍ରିୟ କରିବ । ସକ୍ରିୟ ଆଭିମୁଖ୍ୟ ଦ୍ୱାରା ଗୁଣବତ୍ତାରେ ଥିବା ସମସ୍ୟାଗୁଡିକ ଚିହ୍ନଟ ହୋଇପାରିବ ।ପ୍ରତ୍ୟେକ ରାଜ୍ୟରେ ଭ୍ରାମ୍ୟମାଣ ନୀରିକ୍ଷଣ ଯାନ ସାହାଯ୍ୟରେ ତିନି ମାସରେ ୨ ହଜାର କିଲୋମିଟର ଜାତୀୟ ରାଜପଥ ପ୍ରକଳ୍ପ ନୀରିକ୍ଷଣ ହେବ । ଏନଏଚଏଆଇ/ଏନଏଚଆଇଡିସିଏଲ/ରାଜ୍ୟ ପିଡବ୍ଲୁଡି ଓ ଅନ୍ୟ ଏମଓଆରଟିଏଚର ଅନ୍ୟ କାର୍ଯ୍ୟନିର୍ବାହୀ ଏଜେନ୍ସିଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପରେ ନୀରିକ୍ଷଣ କରାଯିବ ।ଗୁଜୁରାଟ ପାଇଁ ରାଜିନାମା ଆଜି ସ୍ୱାକ୍ଷର ହୋଇଛି । ରାଜସ୍ଥାନ, ଓଡିଶା ଓ କର୍ଣ୍ଣାଟକ ସହ ଖୁବ ଶୀଘ୍ର ସ୍ୱାକ୍ଷର ହେବ । ଭବିଷ୍ୟତରେ ଅନ୍ୟ ରାଜ୍ୟଗୁଡିକରେ ମଧ୍ୟ ଏପରି ଭ୍ୟାନ ନିୟୋଜିତ ହେବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ