ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ସମାପ୍ତ

ନୂ୍ଆଦିଲ୍ଲୀ : ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ସମାପ୍ତ ହୋଇଛି । ଜାନୁଆରି ୩୧ ତାରିଖରୁ ଆରମ୍ଭ ହୋଇଥିବା ସଂସଦର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଦିନ ଶେଷ ହୋଇଛି। ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଉଭୟ ଲୋକସଭା ଏବଂ ରାଜ୍ୟସଭାକୁ ମୁଲତବୀ ରଖାଯାଇଛି। ମାର୍ଚ୍ଚ ୧୩ ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ମିଳିତ ଅଧିବେଶନରେ ଉଦ୍‌ବୋଧନ ଦେଇଥିଲେ। ସମସ୍ତ ସାଂସଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଆସିଥିବା ଧନ୍ୟବାଦ ପ୍ରସ୍ତାବ ଉପରେ ଜବାବ ରଖିଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଜାନୁଆରି ୩୧ ତାରିଖରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ କରିଥିବାବେଳେ ୧ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ମଧ୍ୟ ସୀତାରମଣ କେନ୍ଦ୍ର ବଜେଟ ଆଲୋଚନାର ଜବାବ ରଖିଥିଲେ।