ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ଶନିବାର ୭୬ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହେବ। ଏହି ଅବସରରେ ସକାଳ ୭ଟା ୩୦ରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ, ପୋଲିସ କମିଶନର ସଞ୍ଜୀବ ପଣ୍ଡା, ବିଏମ୍ସି କମିଶନର ରାଜେଶ ପ୍ରଭାକର ପାଟିଲ, ବିଡିଏ ଉପାଧ୍ୟକ୍ଷ ବଲଓ୍ବନ୍ତ ସିଂ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣା, ଡିସିପି ପ୍ରତୀକ ସିଂ, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ପ୍ରଦୋଷ ପଟ୍ଟନାୟକ, ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି, ସମ୍ପାଦକ ସନତ ମିଶ୍ର ପ୍ରମୁଖ ଯୋଗଦେଇ ବିଧାନସୌଧ ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ କରିବେ। ପରେ ଅତିଥିଙ୍କ ଦ୍ୱାରା ସୂଚନା ଭବନରେ ଏକ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀର ଉଦ୍ଘାଟନ କରାଯିବ। ସାରେ ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟ ଅତିଥିରୂପେ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ