୧୯୩୧ ମସିହା ଅକ୍ଟୋବର ୧ ତାରିଖରେ ତାମିଲନାଡୁ ରାମେଶ୍ୱରମ ଗାଁରେ ଏକ ମୁସଲମାନ ପରିବାରରରେ ଏପିଜେ ଅବଦୁଲ କଲାମ ଜନ୍ମଗ୍ରହଣ କରିଥିଲେ ।ମାଟ୍ରିକ ପରୀକ୍ଷା ଶେଷ କରିବା ପରେ ସେ ତିରୁଚିରାପଲ୍ଲୀ ସ୍ିତ ସେଣ୍ଟ ଯୋଶେଫ୍ କଲେଜରେ ନାଁ ଲେଖାଇôଲେ । ଏହାରେ ପଦାର୍ଥ ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ୧୯୫୫ରେ ଏରୋସ୍ପେଶ୍ ଇଞ୍ଜିନିୟରିଙ୍ଗ ପଢିବା ପାଇଁ ମାଡ୍ରାସ୍ ଚାଲିଗଲେ । ମାଡ୍ରାସ୍ ଇନଷ୍ଟିଚ୍ୟୁଟ୍ ଟେକ୍ନୋଲୋଜିରୁ ୧୯୬୦ ରେ ସ୍ନାତକଡିଗ୍ରୀ ହାସଲ କରିବା ପରେ ସେ ଡିଆରଡିଓରେ ଜଣେ ବୈଜ୍ଞାନିକ ଭାବେ ଯୋଗ ଦେଲେ ।କିଛି ଦିନ ପରେ ସେ ପ୍ରଖ୍ୟାତ ବୈଜ୍ଞାନିକ ବିକ୍ରମ ସରାଭାଇଙ୍କ ଅଧୀନରେ କାର୍ଯ୍ୟ କରିବାର ସୁଯୋଗ ପାଇଲେ । ବିକ୍ରମ ସରାଭାଇଙ୍କ ଅଧିନରେ ଗଠିତ ଆଇଏନସିଓଏସପିଏଆର କମିଟିରେ ସେ ସାମିଲ ହେବାର ସୁଯୋଗ ପାଇଥିଲେ । ବିକ୍ରମ ସରାଭାଇ ତାଙ୍କର ପ୍ରେରଣା ଥିଲେ ବୋଲି କୁହନ୍ତି ଅବଦୁଲ କଲାମ ।ପିଲାଙ୍କ ପ୍ରତି ଥିବା ତାଙ୍କର ଅହେତୁକ ଭଲପାଇବାକୁ ନେଇ ତାଙ୍କୁ ‘ଦ୍ୱିତୀୟ ଚାଚା’ ବୋଲି ମଧ୍ୟ କୁହାଯାଏ । ମହାକାଶ ବିଜ୍ଞାନ ଓ ପ୍ରତିକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ରେ ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ରେ ସମ୍ମାନୀତ କରାଯାଇଥିଲା । ୨୦୧୫ ଜୁଲାଇ ୨୭ ତାରିଖରେ ଏକ ସଭାରେ ଭାଷଣ ଦେଉଥିବା ସମୟରେ ଆକସ୍ମିକ ହୃଦଘାତରେ ଅବଦୁଲ କଲାମଙ୍କର ମହାପ୍ରୟାଣ ହୋଇଥିଲା ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post
Next Post