ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ଆଉ ନାହାନ୍ତି। ୯୫ ବର୍ଷ ବୟସରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ସେ ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ସଭାପତି ଥିଲେ। ଏହାଛଡ଼ା ଭାରତୀୟ ରେଳସେବାରୁ ସେ ଅବସର ନେବା ପରେ ଦୈନିକ ଖବରକାଗଜ ‘ସମୟ’ର ବି ସଂପାଦକ ଥିଲେ। ୧୯୨୯ ମସିହାରେ ମୟୂରଭଞ୍ଜ ଜିଲ୍ଲାର ଜଗନ୍ନାଥଖୁଣ୍ଟାରେ ସେ ଜନ୍ମଗ୍ରହଣ କରିଥିଲେ।ସାତକଡ଼ି ହୋତାଙ୍କ ବହୁ ଗଳ୍ପ, ଉପନ୍ୟାସ, କବିତା ପ୍ରକାଶିତ ହୋଇଛି। ସାତକଡ଼ିଙ୍କର ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶ ପାଇଥିଲା। ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ‘ବ୍ୟାକୁଳ ହୃଦୟ’ ପ୍ରକାଶିତ ହୋଇଥିଲା।୧୯୮୭ରେ ଉପନ୍ୟାସ ଅଶାନ୍ତ ଅରଣ୍ୟ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ମୁକ୍ତିମନ୍ତ୍ରୀ ଓ ଜନନୀ ଜନ୍ମଭୂମୀ ଗଳ୍ପ ସଙ୍କଳନ ପାଇଁ ୨୦୦୪ରେ ସେ ସମ୍ମାନଜନକ ଶାରଳା ପୁରସ୍କାର ଲାଭ କରିଥିଲେ। ଏହା ବ୍ୟତୀତ ସାହିତ୍ୟ ଭାରତୀ ସମ୍ମାନ ପ୍ରାପ୍ତ କରିଥିଲେ।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା