ଆଜି ହେଉଛି ବିଶ୍ଵ ପାର୍କିନସନ୍ ଦିବସ । ପାର୍କିନସନ୍ ରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଅପ୍ରେଲ ମାସ ୧୧ ତାରିଖକୁ ବିଶ୍ଵ ପାର୍କିନସନ୍ ଦିବସ ଭାବରେ ପାଳନ କରାଯାଇଥାଏ। ଏହି ଅବସରରେ ଭୁବନେଶ୍ଵର ସ୍ଥିତ ଆମ୍ରି ହସ୍ପିଟାଲର ନ୍ୟୁରୋଲୋଜି ବିଭାଗ ପକ୍ଷରୁ ପାର୍କିନସନ୍ ଦିବସ ପାଳିତ ହୋଇଯାଇଛି। ଏଥିରେ ଆମ୍ରି ହସ୍ପିଟାଲର ନ୍ୟୁରୋଲୋଜି ବିଭାଗର ଡାକ୍ତର ପି.ଆର.ଭୂୟା, ଡାକ୍ତର ଏଲ୍.ଡି.ପାଢ଼ି, ଡାକ୍ତର ଆକାଶ ଅଗ୍ରୱାଲ ନ୍ୟୁରୋସର୍ଜରୀ ବିଭାଗର ଡାକ୍ତର ଅମିତ ଜଶୱାଲ ପ୍ରମୁଖ ଯୋଗଦେଇଥିଲେ। ଡାକ୍ତର ମାନେ ଏହି ରୋଗର କାରଣ, ଲକ୍ଷଣ ଓ ସଠିକ୍ ଚିକିତ୍ସା ପଦ୍ଧତି ସମ୍ପର୍କରେ ଆଲୋଚନା କରିଥିଲେ। ପାର୍କିନସନ୍ ରୋଗ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ଲକ୍ଷ୍ୟରେ ଆମ୍ରି ହସ୍ପିଟାଲର ମେଡିକାଲ ଡାଇରେକ୍ଟର ଡାକ୍ତର ଶକ୍ତିମୟ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅନେକ ପାର୍କିନସନ୍ ରୋଗୀ, ତାଙ୍କ ପରିବାର ସଦସ୍ୟଙ୍କ ସମେତ ଅନ୍ୟାନ ବିଭାଗର ଡାକ୍ତର, ନର୍ସ ଓ କର୍ମଚାରୀ ମାନେ ଯୋଗଦେଥିଲେ।
Trending
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
Prev Post
Next Post