ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଏହି ସୁନାବେଶ ଦେଖିବାର ସୌଭାଗ୍ୟ ଲାଭ କରିପାରିବେ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି। ରଥ ଉପରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ହୋଇଥାଏ ବୋଲି ବିଶ୍ୱାସ ରହିଛି।ପାଗ ଅନୁକୂଳ ଥିବାରୁ ଲକ୍ଷାଧିକ ଭକ୍ତ ଦୂରଦୂରାନ୍ତରୁ ଆସି ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ କରି ସାନିଧ୍ୟ ଲାଭ କରିଛନ୍ତି। ଏହି ସୁନାବେଶକୁ ଶାନ୍ତିଶୃଙ୍ଖଳାର ସହ ଶେଷ ଏବଂ ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ଜିଲା ପୋଲିସ ଏବଂ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post
Next Post