ଆଜି ପବିତ୍ର ଇଦ୍ ଉଲ ଫିତର। ସାରା ଭାରତରେ ଆଜି ଇଦ୍ ଉତ୍ସବ ପାଳନ ହେଉଛି। ରମଜାନ ମାସ ପୂରଣ ହେବା ପରେ ଆଜି ଇଦ ପାଳନ କରୁଛନ୍ତି ଇସଲାମ ଭାଇଭଉଣୀ। ମସଜିଦରେ ଇସଲାମ ଧର୍ମାବଲମ୍ବୀଙ୍କ ଗହଳି ଲାଗିଛି। ସମୂହ ନମାଜ ପାଠ କରୁଛନ୍ତି ମୁସଲମାନ ଭାଇଭଉଣୀ। ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ।ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଉଛନ୍ତି। ଓଡ଼ିଶାରେ ମଧ୍ୟ ବିଭିନ୍ନ ମସଜିଦରେ ଇଦ୍ ପାଳନ କରାଯାଉଛି। ସାଙ୍ଗସାଥୀ ଓ ବନ୍ଧୁବାନ୍ଧବଙ୍କ ସହ ଇଦ୍ ପାଳନ କରୁଛନ୍ତି ମୁସଲମାନ ସମ୍ପ୍ରଦାୟ। ମୁସଲମାନ ଭାଇଭଉଣୀମାନେ ସମୂହ ନମାଜ ପାଠ କରିବା ସହ ପରସ୍ପରକୁ ଆଲିଙ୍ଗନ କରି ଇଦ୍ ର ଶୁଭେଚ୍ଛା ଜଣାଇଛନ୍ତି ।ରାଜଧାନୀ ଭୁବନେଶ୍ଵର ଓ ଭାଇଚାରାର ସହର କଟକରେ ବିଭିନ୍ନ ସମ୍ପ୍ରଦାୟର ଲୋକ ମିଳିତ ଭାବରେ ଇଦ୍ ଶୁଭେଚ୍ଛା ଜଣାଉଛନ୍ତି।ଇଦ୍ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଜରିଆରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଇଦ୍ ଉଲ୍ ଫିତର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post