ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ଶନିବାର ୭୬ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହେବ। ଏହି ଅବସରରେ ସକାଳ ୭ଟା ୩୦ରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ, ପୋଲିସ କମିଶନର ସଞ୍ଜୀବ ପଣ୍ଡା, ବିଏମ୍ସି କମିଶନର ରାଜେଶ ପ୍ରଭାକର ପାଟିଲ, ବିଡିଏ ଉପାଧ୍ୟକ୍ଷ ବଲଓ୍ବନ୍ତ ସିଂ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣା, ଡିସିପି ପ୍ରତୀକ ସିଂ, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ପ୍ରଦୋଷ ପଟ୍ଟନାୟକ, ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି, ସମ୍ପାଦକ ସନତ ମିଶ୍ର ପ୍ରମୁଖ ଯୋଗଦେଇ ବିଧାନସୌଧ ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ କରିବେ। ପରେ ଅତିଥିଙ୍କ ଦ୍ୱାରା ସୂଚନା ଭବନରେ ଏକ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀର ଉଦ୍ଘାଟନ କରାଯିବ। ସାରେ ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟ ଅତିଥିରୂପେ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ