ଆଜି ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ
ଆଜି ସମଗ୍ର ଦେଶରେ ପାଳିତ ହେଉଛି ରାଷ୍ଟ୍ରନାୟକ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଦେଶର ଦ୍ବିତୀୟ ପ୍ରଧାନମନ୍ତ୍ରୀ ୧୯୦୪ ମସିହାରେ ଆଜିର ଦିନରେ ଉତ୍ତରପ୍ରଦେଶର ମୁଗଲସରାୟରେ ଜନ୍ମ ଗ୍ରହଣ କରିଥିଲେ ଲାଲ ବାହାଦୂର ଶାସ୍ତ୍ରୀ। ପିଲାଟି ବେଳୁ ସେ ବେଶ୍ ନମ୍ର, ଶାନ୍ତ ଓ ସରଳ ଥିଲେ। ନିଜର ବିନମ୍ରତା ପାଇଁ ଜଣାଶୁଣା ଲାଲ ବାହାଦୂର ଶାସ୍ତ୍ରୀଙ୍କ କୁଶଳ ନେତ୍ବତ୍ବ ଏବଂ ଜନକଲ୍ୟାଣକାରୀ ବିଚାର ପାଇଁ ସବୁବେଳେ ଦେଶବାସୀଙ୍କସ ମନରେ ରହଛନ୍ତି । ମାତ୍ର ୧୬ ବର୍ଷ ବୟସରେ ମହାତ୍ମା ଗାନ୍ଧୀଙ୍କ ଅସହଯୋଗ ଆନ୍ଦୋଳନରେ ଭାଗ ନେଇ ଭାରତକୁ ସ୍ବାଧୀନତା ଦେବାକୁ ଲଢିଥିଲେ। ତାଙ୍କ ପରି ବିନମ୍ରତା ବ୍ୟକ୍ତିଙ୍କ ପରି ପ୍ରଧାନମନ୍ତ୍ରୀ ଆଜି ପର୍ଯ୍ୟନ୍ତ ନାହାନ୍ତି । ଦେଶ ସ୍ବାଧୀନ ହେବା ପରେ ଜବାହାରଲାଲ ନେହରୁଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ଶାସ୍ତ୍ରୀଜୀ। ପରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇଥିଲେ ସେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ । ଶାସ୍ତ୍ରୀ ଦେଶର କୃଷକ ଏବଂ ଶ୍ରମିକମାନଙ୍କର ନେତା ଭାବରେ ମଧ୍ୟ ଜଣାଶୁଣା । ତାଙ୍କ ସ୍ଲୋଗାନ ‘ଜୟ ଜବାନ ଏବଂ ଜୟ କିଶାନ’ ଆଜି ଦେଶ ପାଇଁ ଅମର ହୋଇ ରହିଛି।