ଆଜି ହେଉଛି ବିଶ୍ଵ ପାର୍କିନସନ୍ ଦିବସ । ପାର୍କିନସନ୍ ରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଅପ୍ରେଲ ମାସ ୧୧ ତାରିଖକୁ ବିଶ୍ଵ ପାର୍କିନସନ୍ ଦିବସ ଭାବରେ ପାଳନ କରାଯାଇଥାଏ। ଏହି ଅବସରରେ ଭୁବନେଶ୍ଵର ସ୍ଥିତ ଆମ୍ରି ହସ୍ପିଟାଲର ନ୍ୟୁରୋଲୋଜି ବିଭାଗ ପକ୍ଷରୁ ପାର୍କିନସନ୍ ଦିବସ ପାଳିତ ହୋଇଯାଇଛି। ଏଥିରେ ଆମ୍ରି ହସ୍ପିଟାଲର ନ୍ୟୁରୋଲୋଜି ବିଭାଗର ଡାକ୍ତର ପି.ଆର.ଭୂୟା, ଡାକ୍ତର ଏଲ୍.ଡି.ପାଢ଼ି, ଡାକ୍ତର ଆକାଶ ଅଗ୍ରୱାଲ ନ୍ୟୁରୋସର୍ଜରୀ ବିଭାଗର ଡାକ୍ତର ଅମିତ ଜଶୱାଲ ପ୍ରମୁଖ ଯୋଗଦେଇଥିଲେ। ଡାକ୍ତର ମାନେ ଏହି ରୋଗର କାରଣ, ଲକ୍ଷଣ ଓ ସଠିକ୍ ଚିକିତ୍ସା ପଦ୍ଧତି ସମ୍ପର୍କରେ ଆଲୋଚନା କରିଥିଲେ। ପାର୍କିନସନ୍ ରୋଗ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ଲକ୍ଷ୍ୟରେ ଆମ୍ରି ହସ୍ପିଟାଲର ମେଡିକାଲ ଡାଇରେକ୍ଟର ଡାକ୍ତର ଶକ୍ତିମୟ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅନେକ ପାର୍କିନସନ୍ ରୋଗୀ, ତାଙ୍କ ପରିବାର ସଦସ୍ୟଙ୍କ ସମେତ ଅନ୍ୟାନ ବିଭାଗର ଡାକ୍ତର, ନର୍ସ ଓ କର୍ମଚାରୀ ମାନେ ଯୋଗଦେଥିଲେ।
Trending
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ
- ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ
Prev Post
Next Post