ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା। ଏହି ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଏହି ସୁନାବେଶ ଦେଖିବାର ସୌଭାଗ୍ୟ ଲାଭ କରିପାରିବେ ବୋଲି ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି। ରଥ ଉପରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ହୋଇଥାଏ ବୋଲି ବିଶ୍ୱାସ ରହିଛି।ପାଗ ଅନୁକୂଳ ଥିବାରୁ ଲକ୍ଷାଧିକ ଭକ୍ତ ଦୂରଦୂରାନ୍ତରୁ ଆସି ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ କରି ସାନିଧ୍ୟ ଲାଭ କରିଛନ୍ତି। ଏହି ସୁନାବେଶକୁ ଶାନ୍ତିଶୃଙ୍ଖଳାର ସହ ଶେଷ ଏବଂ ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ଜିଲା ପୋଲିସ ଏବଂ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post