ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ହରାଇଲା ଭାରତ

ମୁମ୍ବାଇ :  ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ପରାସ୍ତ କରିଛି ଭାରତ ।

ଅଷ୍ଟ୍ରେଲିଆ ପକ୍ଷରୁ ଭାରତ ଆଗରେ ୧୮୯ ରନର ବିଜୟ ଲକ୍ଷ୍ୟ ରଖାଯାଇଥିବାବେଳେ ଭାରତ ତାହାକୁ ୩୯.୫ ତମ ଓଭରରେ ହାସଲ କରିନେଇଥିଲା ।  ରାହୁଲଙ୍କ ଲଢୁଆ ୭୫ ରନ ତଥା ରବୀନ୍ଦ୍ର ଜାଦେଜାଙ୍କ ୪୫ ରନ ବଳରେ ଭାରତ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା ।ଅଷ୍ଟ୍ରେଲିଆ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବାବେଳେ ମିଚେଲ ମାର୍ସ ଓ ଷ୍ଟିଭେନ ସ୍ମିଥ ଲଢୁଆ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ । ମାର୍ସ ୮୧ ରନ କରି ରବୀନ୍ଦ୍ର ଜାଦେଜାଙ୍କ ବଲରେ ଆଉଟ ହୋଇଥିବାବେଳେ ସ୍ମିଥ ୨୨ରନ କରିଥିଲେ। ଭାରତ ପକ୍ଷରୁ ମହମ୍ମଦ ସମ୍ମି ଓ ମହମ୍ମଦ ସିରାଜ ୩ଟି ଲେଖାଏଁ ୱିକେଟ ନେଇଥିଲେ । ରବୀନ୍ଦ୍ର ଜାଦେଜା ୨ଟି ୱିକେଟ୍ ନେଇଥିବାବେଳେ କୁଳଦୀପ ଯାଦବ ଓ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ