ଦୀର୍ଘ ଦେଢ ମାସ ଧରି ଏବେ ଦେଖିବାକୁ ମିଳିବ ବ୍ୟାଟ ଓ ବଲର ରୋମାଞ୍ଚ। ଆସିବ କ୍ରିକେଟ ଫିବର। ଭାରତର ୧୦ଟି ଗ୍ରାଉଣ୍ଡରେ ଏହି ମେଗା ପ୍ରତିଯୋଗିତା ଅକ୍ଟୋବର ୫ରୁ ନଭେମ୍ବର ୧୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ଭାଗ ନେବେ ବିଶ୍ବର ଶ୍ରେଷ୍ଠ ୧୦ ଦଳ। ଆୟୋଜକ ଭାରତ ସମେତ ଇଂଲଣ୍ଡ, ଅଷ୍ଟ୍ରେଲିଆ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା, ନ୍ୟୁଜିଲାଣ୍ଡ, ନେଦରଲାଣ୍ଡ୍ସ, ବାଂଲାଦେଶ,ଆଫଗାନିସ୍ତାନ, ଶ୍ରୀଲଙ୍କା ଏଥିରେ ଭାଗ୍ୟ ପରୀକ୍ଷା କରିବେ। ଅହମ୍ମଦାବାର ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମରେ ଗତଥରର ବିଜେତା ଇଂଲଣ୍ଡ ଓ ରନର୍ସଅପ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ ଗୁରୁବାର ଖେଳାଯିବ। ଏଥି ସହିତ ଉକ୍ତ କ୍ରୀଡ଼ା ମହାକୁମ୍ଭର ଶୁଭାରମ୍ଭ ହେବ। ଏସୀୟ ମହାଦେଶର ଦେଶର ଏହା ହେବ ସର୍ବବୃହତ କ୍ରିକେଟ ମହାକୁମ୍ଭ। ପୂର୍ବରୁ ଭାରତରେ ୧୯୮୭, ୧୯୯୬ ଓ ୨୦୧୧ରେ ଦିନିକିଆ କ୍ରିକେଟ ବିଶ୍ବକପ ଆୟୋଜିତ ହୋଇଥିଲେ ମଧ୍ୟ ପ୍ରଥମ ଥର ପାଇଁ ଭାରତ ଏକକ ଭାବେ ଉକ୍ତ ପ୍ରତିଯୋଗିତାକୁ ଆୟୋଜନ କରୁଛି। ଅନେକ ଆହ୍ବାନ ଥିଲେ ହିଁ ଏହାକୁ ସଫଳତାର ସହ ମୁକାବିଲା କରି ଶ୍ରେଷ୍ଠ ପ୍ରତିଯୋଗିତାରେ ଆୟୋଜନ ନେଇ ବିସିସିଆଇ ପ୍ରସ୍ତୁତ ଶେଷ କରିଛି। ପ୍ରତିଯୋଗିତା ମୋଟ ୧୦ଟି ଗ୍ରାଉଣ୍ଡ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମ, ମୁମ୍ବଇର ୱାଙ୍ଖଡେ ଓ ପୁଣେରେ, ହାଇଦରାବାଦ୍ର ରାଜୀବ ଗାନ୍ଧୀ ଷ୍ଟାଡ଼ିୟମ, ଧର୍ମଶାଳାର ଏଚ୍ପିସି ଷ୍ଟାଡ଼ିୟମ, ବାଙ୍ଗାଲୋରର ଏମ୍ ଚିନ୍ନାସ୍ବାମୀ ଷ୍ଟାଡ଼ିୟମ, ଚେନ୍ନଇର ଏମ.ଏ ଚିଦାମ୍ବରମ ଷ୍ଟାଡ଼ିୟମ, କଲକାତାର ଇଡେନଗାର୍ଡେନ, ଲକ୍ଷ୍ନୌର ଏକ୍ନା ଷ୍ଟାଡ଼ିୟମରେ ମ୍ୟାଚ ଖେଳାଯିବ।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ