କଳିଙ୍ଗ ଷ୍ଟାଡିୟମ୍ରେ ଚାଲିଥିବା କଳିଙ୍ଗ ସୁପର କପ୍ ଫୁଟ୍ବଲ୍ ପ୍ରତିଯୋଗିତରେ ଘରୋଇ ଦଳ ଓଡ଼ିଶା ଏଫ୍ସିର ବିଜୟ ଧାରା ଜାରି ରହିଛି। ପ୍ରଥମ ମ୍ୟାଚ୍ରେ ବେଙ୍ଗାଲୁରୁ ଏଫ୍ସିକୁ ହରାଇଥିବା ଏହି ଦଳ ବୁଧବାର ୩-୦ ଗୋଲ୍ରେ ଇଣ୍ଟର କାଶୀକୁ ପରାସ୍ତ କରିଛି। ପ୍ରଥମାର୍ଦ୍ଧର ଶେଷ ମିନିଟ୍ରେ ଲାଲଥାଥାଙ୍ଗା ଖୱଲରିଙ୍ଗ (୪୫ ମିନିଟ୍)ଙ୍କ ଗୋଲ୍ରେ ଘରୋଇ ଦଳ ପ୍ରାରମ୍ଭିକ ଅଗ୍ରଣୀ ନେଇଥିଲା। ଡିଏଗୋ ମୌରିସିଓ (୬୦ ମିନିଟ୍)ଙ୍କ ଗୋଲ୍ରେ ଓଡ଼ିଶା ସ୍ଥିତି ୨-୦ କରିଥିଲା। ରୟ କ୍ରିଷ୍ଣଙ୍କ ପାସ୍ରେ ଈଶାକ ରାଲ୍ଟେ (୭୯ ମିନିଟ୍) ଗୋଲ୍ ଦେଇ ଘରୋଇ ଦଳକୁ ୩-୦ରେ ଆଗୁଆ କରିଥିଲେ। ଶେଷ ପର୍ଯ୍ୟନ୍ତ ଆଉ ଗୋଲ୍ ନହେବାରୁ ଓଡ଼ିଶା ବିଜୟୀ ହୋଇଥିଲା। ମୌରିସିଓ ମ୍ୟାଚ୍ର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ଓଡ଼ିଶା ଅଲିମ୍ପିକ୍ ସଂଘର ସମ୍ପାଦକ ଅଭିଜିତ ପଲ୍ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ପ୍ରଦାନ କରିଥିଲେ। ପିଚ୍-୧ରେ ଖେଳାଯାଇଥିବା ମ୍ୟାଚ୍ରେ ଏଫ୍ସି ଗୋଆ ୧-୦ ଗୋଲ୍ରେ ବେଙ୍ଗାଲୁରୁ ଏଫ୍ସିକୁ ହରାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post