ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା କ୍ରୀଡ଼ାକୁ ପ୍ରଧାନ୍ୟ ଦେଇ ଆସିଛନ୍ତି । ବିଗତ ଦିନରେ ଓଡ଼ିଶାରେ ହକି ବିଶ୍ୱକପ ସଫଳତାର ସହ ଆୟୋଜନ ହେବା ସହିତ ବିଭିନ୍ନ କ୍ରୀଡ଼ାର ଏନ୍ତୁଡ଼ିଶାଳ ଭାବେ ରାଜ୍ୟ ଆଗକୁ ବଢ଼ିବାରେ ଲାଗିଛି । ଏଥିସହିତ ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରୁଥିବା କ୍ରୀଡ଼ାବିତଙ୍କ ପାଇଁ ରାଜ୍ୟ ସରକାର ପ୍ରୋତ୍ସାହନ ରାଶି ଘୋଷଣା କରୁଛନ୍ତି । ତେବେ ଏହା ମଧ୍ୟରେ ରାଜ୍ୟର କ୍ରୀଡ଼ା ସହ ଯୋଡ଼ି ହେବାକୁ ଯାଉଛି ପୁଣି ଏକ ଗୌରବମୟ ଇତିହାସ ।ସୂଚନା ମୁତାବକ, କ୍ରିକେଟ ଖେଳକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ପୁରୀରେ ନିର୍ମିତ ହୋଇଛି ଶ୍ରୀ ଜଗନ୍ନାଥ କ୍ରିକେଟ ଷ୍ଟାଡିୟମ । ଗତ ୨୦୧୮ରେ ଏହି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ୨୦୨୩ରେ ତା’ର ନିର୍ମାଣ କାର୍ଯ୍ୟ ସରିଥିଲା । ଷ୍ଟାଡିୟମର ପିଚ, ଆଉଟଫିଲ୍ଡ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଷ୍ଟାଣ୍ଡାଡର ରହିଥିବା ବେଳେ ୯୦ ମିଟରର ବାଉଣ୍ଡରୀ ରହିଛି । ଏଥିସହିତ ଅଭ୍ୟାସ ପାଇଁ ସ୍ୱତନ୍ତ୍ର ଗ୍ରାଉଣ୍ଡ ରହିଥିବା ବେଳେ ଖେଳାଳିଙ୍କ ପାଇଁ ଡ୍ରେସିଂ ରୁମ, ଦର୍ଶକଙ୍କ ପାଇଁ ଗ୍ୟାଲେରୀ ସୁବିଧା ରହିଛି ।ରାଜ୍ୟର ପ୍ରଥମ ସରକାରୀ କ୍ରିକେଟ ଷ୍ଟାଡିୟମ ଭାବେ ଶ୍ରୀ ଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ନିର୍ମାଣ କରାଯାଇଛି । ଏବେ ଏହି ଷ୍ଟାଡିୟମରେ ରାଜ୍ୟସ୍ତରୀୟ କ୍ରିକେଟ ପ୍ରତିଯୋଗିତା ଆୟୋଜିତ ହେଉଥିବା ବେଳେ ଆଗାମୀ ଦିନରେ ବିସିସିଆଇ ସେଠାରେ ରଣଜୀ ଟ୍ରଫି ସହ ବିଭିନ୍ନ ବର୍ଗର ମ୍ୟାଚ ଆୟୋଜନ କରିବାର ଲକ୍ଷ୍ୟ ରହିଛି । ଚଳିତ ମାସ ଶେଷ ଆଡ଼କୁ ଏହି ଷ୍ଟାଡିୟମ ଉଦଘାଟିତ ହେବାର ଯୋଜନା ରହିଥିବା ପୁରୀ ଜିଲ୍ଲା କ୍ରୀଡ଼ା ଅଧିକାରୀ ସୂଚନା ଦେଇଛନ୍ତି ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post