ଆଜିଠୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ଟି-୨୦ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ଲାଗିଛି ବଡ ଝଟକା । ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍ କେ ଏଲ ରାହୁଲ ଏହି ସିରିଜରୁ ବାଦ୍ ପଡିଛନ୍ତି । ତାଙ୍କ ବଦଳରେ ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ସଞ୍ଜୁ ସାମସନଙ୍କୁ ଦଳରେ ସାମିଲ କରିଛି ସିଲେକ୍ସନ କମିଟି ।କେ ଏଲ ରାହୁଲ ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଦଳରେ ସ୍ଥାନ ପାଇଥିଲେ । ହେଲେ ଫିଟନେସ୍ ସମସ୍ୟା କାରଣରୁ ସେ ମ୍ୟାଚ୍ ଖେଳିବେ କି ନାହିଁ ସେନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା । ନିକଟରେ ସେ କୋଭିଡରେ ସଂକ୍ରମିତ ହୋଇଥିଲେ, ତେଣୁ ମେଡିକାଲ ଟିମ୍ ତାଙ୍କୁ ଏବେ ବିଶ୍ରାମ ନେବାକୁ ପରାମର୍ଶ ଦେଇଛି । ଏହାପରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜରୁ କେ ଏଲ୍ ରାହୁଲ ବାଦ୍ ପଡିଛନ୍ତି ।ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜରେ ସଞ୍ଜୁ ସାମସନ୍ ସ୍ଥାନ ପାଇଥିଲେ । ଏହି ସିରିଜରେ ସେ ଭଲ ପ୍ରଦର୍ଶନ ମଧ୍ୟ କରିଥିଲେ । ତେଣୁ ତାଙ୍କୁ ପୁରସ୍କାର ସ୍ୱରୂପ ଏବେ ଟି-୨୦ ସିରିଜରେ ମଧ୍ୟ ସାମିଲ କରାଯାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post