ଭାରୋତ୍ତୋଳନରେ ଆଉ ଏକ ପଦକ ଜିତିଛି ଭାରତ । ବର୍ମିଂହାମରେ ଚାଲିଥିବା ରାଜ୍ୟ ଗୋଷ୍ଠୀ କ୍ରୀଡା-୨୦୨୨ରେ ଭାରତ ତାର ସଫଳତା ଜାରି ରଖିଛି । ପୂର୍ବରୁ ଭାରତ ଏଥିରେ ୩ଟି ପଦକ ଜିତି ସାରିଥିବା ବେଳେ ଗତକାଲି ଭାରତ ତାର ୪ର୍ଥ ପଦକ ହାସଲ କରିଛି । ଭାରୋତ୍ତୋଳିକା ବିନ୍ଦ୍ୟାରାଣୀ ଦେବୀ ୫୫ କି.ଗ୍ରା ବର୍ଗରେ ରୌପ୍ୟ ପଦକ ଜିତିଛନ୍ତି । ବିନ୍ଦ୍ୟାରାଣୀ ମୋଟ୍ ୨୦୨ କିଲୋ ଉଠାଇ ଏହି ରୌପ୍ୟ ଜିତିଥିବା ଜଣାପଡ଼ିଛି । ପ୍ରଥମେ ପର୍ଯ୍ୟାୟରେ ବିନ୍ଦ୍ୟାରାଣୀ ୮୧ କେଜି ଓ ଦ୍ୱିତୀୟ ପର୍ଯ୍ୟାୟରେ ୮୪ କେଜି ଉଠାଇଥିବା ବେଳେ ତୃତୀୟ ପର୍ଯ୍ୟାୟରେ ୮୬ କେଜି ଉଠାଇଥିଲେ । ପରେ ପରେ ବିନ୍ଦ୍ୟାରାଣୀ ୨୦୨ କିଲୋ ଉଠାଇ ରୌପ୍ୟ ଜିତିଛନ୍ତି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ