ପୁଣେ ଟେଷ୍ଟ ରୋଚକ ମୋଡ଼ରେ ପହଞ୍ଚିଛି । ଏହି ମ୍ୟାଚର ୨ୟ ଦିନ ଖେଳ ଶେଷ ସୁଦ୍ଧା ନ୍ୟୁଜିଲାଣ୍ଡ ନିଜର ୨ୟ ଇନିଂସରେ ୫ ଓ୍ବିକେଟ ହରାଇ ୧୯୮ ରନ କରିପାରିଛି ଓ ଏହା ସହିତ ଭାରତଠାରୁ ୩୦୧ ରନରେ ଆଗୁଆ ରହିଛି । ଦଳ ପକ୍ଷରୁ ଓପନର ଟମ୍ ଲଥାମ୍ ୮୬ ରନ କରିଥିଲେ । ଭାରତ ଆଜି ନିଜର ଗତକାଲିର ସ୍କୋର ୧୬/୧ ରନରୁ ଆଗକୁ ଖେଳିବା ଆରମ୍ଭ କରିଥିଲା । କିନ୍ତୁ ଭାରତ ନିୟମିତ ବ୍ୟବଧାନରେ ଓ୍ବିକେଟ ହରାଇ ମାତ୍ର ୧୫୬ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ରବୀନ୍ଦ୍ର ଜାଦେଜା ୩୮ ରନ କରିଥିବାବେଳେ ୟଶସ୍ବୀ ଜୟସ୍ବାଲ ଓ ଶୁଭମନ ଗିଲ୍ ୩୦ ରନ ଲେଖାଏଁ କରିଥିଲେ । ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୨୫୯ ରନ କରି ଅଲଆଉଟ ହୋଇଥିଲା ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା