ପୁଣେ ଟେଷ୍ଟ ରୋଚକ ମୋଡ଼ରେ ପହଞ୍ଚିଛି । ଏହି ମ୍ୟାଚର ୨ୟ ଦିନ ଖେଳ ଶେଷ ସୁଦ୍ଧା ନ୍ୟୁଜିଲାଣ୍ଡ ନିଜର ୨ୟ ଇନିଂସରେ ୫ ଓ୍ବିକେଟ ହରାଇ ୧୯୮ ରନ କରିପାରିଛି ଓ ଏହା ସହିତ ଭାରତଠାରୁ ୩୦୧ ରନରେ ଆଗୁଆ ରହିଛି । ଦଳ ପକ୍ଷରୁ ଓପନର ଟମ୍ ଲଥାମ୍ ୮୬ ରନ କରିଥିଲେ । ଭାରତ ଆଜି ନିଜର ଗତକାଲିର ସ୍କୋର ୧୬/୧ ରନରୁ ଆଗକୁ ଖେଳିବା ଆରମ୍ଭ କରିଥିଲା । କିନ୍ତୁ ଭାରତ ନିୟମିତ ବ୍ୟବଧାନରେ ଓ୍ବିକେଟ ହରାଇ ମାତ୍ର ୧୫୬ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ରବୀନ୍ଦ୍ର ଜାଦେଜା ୩୮ ରନ କରିଥିବାବେଳେ ୟଶସ୍ବୀ ଜୟସ୍ବାଲ ଓ ଶୁଭମନ ଗିଲ୍ ୩୦ ରନ ଲେଖାଏଁ କରିଥିଲେ । ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୨୫୯ ରନ କରି ଅଲଆଉଟ ହୋଇଥିଲା ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ