ମହିଳା ଦୃଷ୍ଟିବାଧିତ ଟି-୨୦ ବିଶ୍ୱକପ୍: ଓଡ଼ିଶାର ୪ ଜଣ ଖେଳାଳିଙ୍କୁ ପୁରସ୍କାର ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବିଶ୍ବ ବିଜୟିନୀ ହୋଇ ଫେରିଲେ ଓଡିଶାର ୪ ସୁନାଝିଅ । ମହିଳା ଦୃଷ୍ଟିବାଧିତ ଟି-୨୦ ବିଶ୍ୱକପ୍ ଭାରତୀୟ ଦଳରେ ଥିବା ଓଡ଼ିଶାର ୪ ଜଣ ଖେଳାଳି ଆଜି ଓଡିଶା ଫେରିଛନ୍ତି । ବିମାନବନ୍ଦରରେ ସେମାନଙ୍କୁ ଭବ୍ୟ ସ୍ବାଗତ କରାଯିବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସେମାନଙ୍କୁ ସମ୍ବର୍ଦ୍ଧନା ଦେବା ସହ ପୁରସ୍କାର ରାଶି ପ୍ରଦାନ କରିଛନ୍ତି । ୪ ଖେଳାଳି ଫୁଲ ସୋରେନ, ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ, ଏବଂ ବାସନ୍ତୀ ହାଁସଦା ଓଡିଶା ପାଇଁ ଗର୍ବ ଆଣିଥିବା ବେଳେ ସେମାନଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି ।

ସେହିପରି କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବି ଓଡିଶାକୁ ଗୌରବ ଆଣି ଦେଇଥିବା ଖେଳାଳିଙ୍କ ସହ ଫଟୋ ସେୟାର କରିଛନ୍ତି ଆଉ ଲେଖିଛନ୍ତି-
ପ୍ରଥମ ଦୃଷ୍ଟିହୀନ T-20 ବିଶ୍ବକପ୍-୨୦୨୫ ଚାମ୍ପିଅନସ ଟିମର ପ୍ରତିଭାବାନ୍ ଓଡ଼ିଆ କ୍ରିକେଟର ଫୁଲ ସୋରେନ, ବାସନ୍ତୀ ହାଁସଦା, ଯମୁନା ରାଣୀ ଟୁଡୁ ଓ ପାର୍ବତୀ ମାର୍ଣ୍ଡି ଉତ୍ତମ ଖେଳ ପ୍ରଦର୍ଶନ କରି ଦେଶ ଓ ରାଜ୍ଯ ପାଇଁ ଗୌରବ ଆଣି ଦେଇଛନ୍ତି। ଆଜି ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ଏହି ବିଜୟ ପାଇଁ ସେମାନଙ୍କୁ ପୁରସ୍କୃତ କରିଛନ୍ତି ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଅନେକ ଶୁଭେଚ୍ଛା ।