ଟସ୍ ଜିତିଲା ରାଜସ୍ଥାନ

ଆଇପିଏଲ୍‌ର ୬୧ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ୍(ସିଏସକେ) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମୁହାଁମୁହିଁ ହୋଇଛନ୍ତି। ଚେନ୍ନାଇର ଏମଏ ଚିଦାମ୍ବରମ୍ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଚେନ୍ନାଇ ସୁପର କିଙ୍ଗସ୍ ଅଧିନାୟକ ଋତୁରାଜ ଗାଏକ୍ବାଡ୍‌ଙ୍କ ନେତୃତ୍ବରେ ବୋଲିଂ ଆରମ୍ଭ କରିଛି।