ପରାଜୟ ପରେ ଟିମ ଇଣ୍ଡିଆକୁ ଆହୁରି ଏକ ବଡ଼ ଝଟକା ଲାଗିଛି । ଆହତ ସମସ୍ୟା ଯୋଗୁଁ ଷ୍ଟାର ପ୍ଲେୟର କେ.ଏଲ ରାହୁଲ ଏବଂ ରବିନ୍ଦ୍ର ଜାଡେଜା ଆଗାମୀ ସିରିଜରୁ ବାଦ୍ ପଡ଼ିଛନ୍ତି । ଏହି ୨ ଖେଳାଳିଙ୍କ ସ୍ଥାନରେ ଭାରତ ୱାଶିଂଟନ୍ ସୁନ୍ଦର ଏବଂ ସରଫରାଜ ଖାନଙ୍କ ସହ ସୌରଭ କୁମାରଙ୍କୁ ଦଳରେ ସାମିଲ କରିଛି । ତେବେ ବର୍ତ୍ତମାନ ଦ୍ୱିତୀୟ ଟେଷ୍ଟକୁ ନେଇ ଚିନ୍ତାରେ ପଡ଼ି ଯାଇଛନ୍ତି ଅଧିନାୟକ ରୋହିତ । କ’ଣ ରହିବ ଭାରତର ପ୍ଲେଇଙ୍ଗ ୧୧?ପ୍ରଥମ ମ୍ୟାଚ ହାରିବା ପରେ ଦ୍ୱିତୀୟ ମ୍ୟାଚରେ କମବ୍ୟାକ କରିବା ଲ୍ୟରେ ରହିବ ଟିମ ଇଣ୍ଡିଆ । ଏଥିପାଇଁ କୋଚ୍ ଦ୍ରାବିଡଙ୍କ ସହ ଅଧିନାୟକ ରୋହିତ ମଧ୍ୟ ରଣନୀତି ପ୍ରସ୍ତୁତ କରୁଛନ୍ତି । ତେବେ ଏହା ମଧ୍ୟରେ ରବିନ୍ଦ୍ର ଜାଡେଜା ଏବଂ କେ.ଏଲ ରାହୁଲ ଆହତ ହୋଇ ଦଳରୁ ବାଦ୍ ପଡ଼ିଛନ୍ତି । ତେଣୁ ଦ୍ୱିତୀୟ ମ୍ୟାଚ ପାଇଁ ଦଳରେ କିଛି ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ । ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆର ଷ୍ଟାର କ୍ରିକେଟର ବିରାଟ କୋହଲି ଅନୁପସ୍ଥିତ ରହିଥିବା ବେଳେ ଦ୍ୱିତୀୟ ଟେଷ୍ଟରେ ସେ କମବ୍ୟାକ କରିପାରନ୍ତି । ତେବେ ସେ ଦଳକୁ ଫେରିଲେ ତାଙ୍କର ଖେଳିବା ସୁନିଶ୍ଚିତ । କୋହଲି ଦଳରେ କମବ୍ୟାକ କଲେ କେବଳ ରବିନ୍ଦ୍ର ଜାଡେଜାଙ୍କ ସ୍ଥାନରେ ଜଣେ ସ୍ପିନ ବୋଲରଙ୍କୁ ରୋହିତ ଦଳରେ ସ୍ଥାନ ଦେଇପାରନ୍ତି । ତେବେ ଶୁଭମନ ଗିଲ ବାରମ୍ବାର ଟେଷ୍ଟରେ ଫେଲ୍ ହେଉଥିବାରୁ ତାଙ୍କ ସ୍ଥାନରେ ରଜତ ପଟିଦାରଙ୍କୁ ମଧ୍ୟ ସୁଯୋଗ ଦେଇପାରନ୍ତି ରୋହିତ । ତାଙ୍କ ବ୍ୟତୀତ ଭାରତୀୟ ଦଳରେ ସରଫରାଜ ଖାନ୍ କିମ୍ବା ରଜତ ପଟିଦାରଙ୍କ ମଧ୍ୟରୁ ଜଣେ ବ୍ୟାଟର ଟିମ ଇଣ୍ଡିଆରେ ଏଣ୍ଟ୍ରି କରିପାରନ୍ତି ।
Trending
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
- ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” : ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସିଜେପିର ପ୍ରତିକ୍ରିୟା
- ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ,ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
Prev Post
Next Post