ଚଳିତ ବର୍ଷ ଚୀନ ଏସୀୟ କ୍ରୀଡ଼ାରେ ପୁରୁଷ ହକି ଦଳ ସ୍ୱର୍ଣ୍ଣ ପଦକ ବିଜେତା ହୋଇଥିବା ବେଳେ ମହିଳା ଟିମ୍ ବ୍ରୋଞ୍ଜ ପଦକ ଲାଭ କରିଛି। ଏହି ଉଭୟ ପୁରୁଷ ଓ ମହିଳା ଦଳରେ ଜଣେ ଓଡ଼ିଆ ଖେଳାଳି ଭାବେ ସ୍ଥାନ ପାଇଥିବା ଅମିତ ରୋହିଦାସ ଏବଂ ଦୀପ ଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ଘୋଷଣା ମୁତାବକ ଅମିତଙ୍କୁ ଦେଢ କୋଟି ଟଙ୍କା ଓ ଦୀପ ଗ୍ରେସଙ୍କୁ ୫୦ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁଇ ଖେଳାଳିଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ରାଜ୍ୟକୁ ଗର୍ବିତ କରିଛି । ଏହା ସହ ସେମାନଙ୍କ ନିଷ୍ଠା, କଠିନ ପରିଶ୍ରମ ରାଜ୍ୟ ପାଇଁ ସମ୍ମାନ ଆଣିଦେଇଛି ବୋଲି ସେ କହିଛନ୍ତି। ଏହାପରେ ଉଭୟ ଅମିତ ରୋହିଦାସ ଏବଂ ଦୀପ ଗ୍ରେସ୍ ଏକ୍କା ଏହି ସମ୍ମାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।
Trending
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
Prev Post
Next Post