ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଏଥିସହିତ ଆଜିଠୁ ନାମାଙ୍କନ କରିପାରିବେ ପ୍ରାର୍ଥୀ । ଜୟ ଢ଼ୋଲକିଆ ବିଜେପିର ପ୍ରାର୍ଥୀ ହେବ ଥୟ । ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ ହେବେ । ବିଜେଡ଼ି ଆଜି ନାମ ଘୋଷଣା କରିପାରେ । ତେବେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନୂଆପଡ଼ା ଉପ ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ କରିପାରିବେ । ଏହାପରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଏବଂ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ । ନିର୍ବାଚନ କମିସନଙ୍କ ଘୋଷଣା ମୁତାବକ, ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ ଆଉ ୧୪ ତାରିଖରେ ଫଳାଫଳ ପ୍ରକାଶ ପାଇବ । ତେବେ ଏ ସବୁ ପ୍ରକ୍ରିୟା ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।
Trending
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ