ରାଜ୍ୟ ସରକାର ସେମାନଙ୍କ ରାଜନୈତିକ, ସାମାଜିକ ଓ ଅର୍ଥନୈତିକ ଅଧିକାରର ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ଉଦ୍ୟମ ଜାରି ରଖିଛନ୍ତି ବୋଲି ବିଶ୍ୱ ମହିଳା ଦିବସ ଉପଲକ୍ଷେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ଲୋକସେବା କନ୍ଭେନଶନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେଉଁଠାରେ ମା’ମାନଙ୍କୁ ସମ୍ମାନ ମିଳେ, ସେଠାରେ ଦେବତାମାନେ ବାସ କରନ୍ତି ବୋଲି ଆମ ଶାସ୍ତ୍ରରେ ବର୍ଣ୍ଣନା ଅଛି। ରାଜ୍ୟରେ ମହିଳାମାନେ ଏବେ ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଛନ୍ତି। ରାଜ୍ୟର ୩୦ ଜିଲା ପରିଷଦ ମଧ୍ୟରୁ ୨୦ଟିର ନେତୃତ୍ୱ ମହିଳାମାନେ ନେତୃତ୍ୱ ନେଉଛନ୍ତି। ପଞ୍ଚାୟତ ଓ ପୌର ସଂସ୍ଥାଗୁଡ଼ିକରେ ୫୦%ରୁ ଅଧିକ ମହିଳା ପ୍ରତିନିଧିତ୍ୱ କରୁଛନ୍ତି। ସେହିପରି ଅର୍ଥନୈତିକ ଉନ୍ନତି କ୍ଷେତ୍ରରେ ମିଶନ ଶକ୍ତିର ଉଦାହରଣ ଦେଇ ସେ କହିଛନ୍ତି, ଏହା ଦ୍ୱାରା ମା’ମାନେ ଛୋଟ ଛୋଟ ବ୍ୟବସାୟ ଜରିଆରେ ଅର୍ଥ ରୋଜଗାର କରି ନିଜ ପରିବାର ପାଇଁ ଅବଦାନ ରଖୁଛନ୍ତି। ଏହା ଏକ ବହୁତ ବଡ଼ ପରିବର୍ତ୍ତନ। ଏହା ସେମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିବା ସହିତ ସେମାନଙ୍କୁ ବଡ଼ ସ୍ବପ୍ନ ଦେଖିବାକୁ ପ୍ରେରଣା ଦେଇଛି। ରାଜ୍ୟ ସରକାର ମଧ୍ୟ ମିଶନ ଶକ୍ତି ଜରିଆରେ ମହିଳାମାନଙ୍କୁ କୋଟି କୋଟି ଟଙ୍କାର ସରକାରୀ କାମ ଦେଉଛନ୍ତି। ସେମାନେ ମଧ୍ୟ ଏହି ଦାୟିତ୍ୱ ବହୁତ ଭଲ ଭାବରେ ତୁଲାଉଛନ୍ତି । ବର୍ତ୍ତମାନ ମହିଳାମାନେ ଆଉ ଏକ ପାଦ ଆଗକୁ ଯାଇ ଉଦ୍ୟୋଗୀ ହେବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି। ରାଜ୍ୟ ସରକାର ଏଥିପାଇଁ ୧୦ ଲକ୍ଷ ଟଙ୍କାର ଋଣ ବିନା ସୁଧରେ ଦେଉଛନ୍ତି। ମା’ମାନେ ଆଗକୁ ବଢ଼ନ୍ତୁ, ମୁଁ ଆପଣମାନଙ୍କ ସହିତ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେହିପରି ମହିଳାମାନଙ୍କ ସାମାଜିକ ଅଧିକାରର ସୁରକ୍ଷା ଓ ପ୍ରତିଷ୍ଠା ବୃଦ୍ଧି ପାଇଁ ମଧ୍ୟ ବିଭିନ୍ନ ଯୋଜନାରେ ରାଜ୍ୟ ସରକାର ଗୁରୁତ୍ୱ ଦେଇ ଅଧିକ ସୁବିଧା ଦେଉଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ସେବା ମିଳୁଥିବା ବେଳେ ମହିଳାମାନଙ୍କୁ ୧୦ ଲକ୍ଷ ଟଙ୍କାର ସୁବିଧା ମିଳୁଛି। ନୂଆ-ଓ ଛାତ୍ରବୃତ୍ତିରେ ଝିଅମାନଙ୍କୁ ଅଧିକ ୧ ହଜାର ଟଙ୍କା ମିଳୁଛି। ଲକ୍ଷ୍ମୀ ବସ୍ରେ ମା’ମାନେ ଅଧା ଦାମରେ ମାତ୍ର ୫ ଟଙ୍କାରେ ଯିବାଆସିବା କରୁଛନ୍ତି। କେବଳ ସେତିକି ନୁହେଁ, ରାଶନ କାର୍ଡ, ବିଏସ୍କଓ୍ବୋଇ କାର୍ଡ, ପକ୍କାଘର ଆଦି ସବୁ ମା’ମାନଙ୍କ ନାଁରେ ରହୁଛି। ମହିଳାଙ୍କ ନାଁରେ ଜମି କିଣାହେଲେ ରେଜିଷ୍ଟ୍ରେଶନରେ ବହୁତ ରିହାତି ଦିଆଯାଉଛି। ଏହିସବୁ ପଦକ୍ଷେପ ଦ୍ୱାରା ସମାଜରେ ମା’ମାନଙ୍କ ଗୁରୁତ୍ୱ ବୃଦ୍ଧି ପାଇଛି। ମା’ମାନଙ୍କ ପାଖରେ ବହୁତ ସମ୍ଭାବନା ରହିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post