ରାଜ୍ୟ ସରକାର ସେମାନଙ୍କ ରାଜନୈତିକ, ସାମାଜିକ ଓ ଅର୍ଥନୈତିକ ଅଧିକାରର ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ଉଦ୍ୟମ ଜାରି ରଖିଛନ୍ତି ବୋଲି ବିଶ୍ୱ ମହିଳା ଦିବସ ଉପଲକ୍ଷେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ଲୋକସେବା କନ୍ଭେନଶନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେଉଁଠାରେ ମା’ମାନଙ୍କୁ ସମ୍ମାନ ମିଳେ, ସେଠାରେ ଦେବତାମାନେ ବାସ କରନ୍ତି ବୋଲି ଆମ ଶାସ୍ତ୍ରରେ ବର୍ଣ୍ଣନା ଅଛି। ରାଜ୍ୟରେ ମହିଳାମାନେ ଏବେ ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଛନ୍ତି। ରାଜ୍ୟର ୩୦ ଜିଲା ପରିଷଦ ମଧ୍ୟରୁ ୨୦ଟିର ନେତୃତ୍ୱ ମହିଳାମାନେ ନେତୃତ୍ୱ ନେଉଛନ୍ତି। ପଞ୍ଚାୟତ ଓ ପୌର ସଂସ୍ଥାଗୁଡ଼ିକରେ ୫୦%ରୁ ଅଧିକ ମହିଳା ପ୍ରତିନିଧିତ୍ୱ କରୁଛନ୍ତି। ସେହିପରି ଅର୍ଥନୈତିକ ଉନ୍ନତି କ୍ଷେତ୍ରରେ ମିଶନ ଶକ୍ତିର ଉଦାହରଣ ଦେଇ ସେ କହିଛନ୍ତି, ଏହା ଦ୍ୱାରା ମା’ମାନେ ଛୋଟ ଛୋଟ ବ୍ୟବସାୟ ଜରିଆରେ ଅର୍ଥ ରୋଜଗାର କରି ନିଜ ପରିବାର ପାଇଁ ଅବଦାନ ରଖୁଛନ୍ତି। ଏହା ଏକ ବହୁତ ବଡ଼ ପରିବର୍ତ୍ତନ। ଏହା ସେମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିବା ସହିତ ସେମାନଙ୍କୁ ବଡ଼ ସ୍ବପ୍ନ ଦେଖିବାକୁ ପ୍ରେରଣା ଦେଇଛି। ରାଜ୍ୟ ସରକାର ମଧ୍ୟ ମିଶନ ଶକ୍ତି ଜରିଆରେ ମହିଳାମାନଙ୍କୁ କୋଟି କୋଟି ଟଙ୍କାର ସରକାରୀ କାମ ଦେଉଛନ୍ତି। ସେମାନେ ମଧ୍ୟ ଏହି ଦାୟିତ୍ୱ ବହୁତ ଭଲ ଭାବରେ ତୁଲାଉଛନ୍ତି । ବର୍ତ୍ତମାନ ମହିଳାମାନେ ଆଉ ଏକ ପାଦ ଆଗକୁ ଯାଇ ଉଦ୍ୟୋଗୀ ହେବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି। ରାଜ୍ୟ ସରକାର ଏଥିପାଇଁ ୧୦ ଲକ୍ଷ ଟଙ୍କାର ଋଣ ବିନା ସୁଧରେ ଦେଉଛନ୍ତି। ମା’ମାନେ ଆଗକୁ ବଢ଼ନ୍ତୁ, ମୁଁ ଆପଣମାନଙ୍କ ସହିତ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେହିପରି ମହିଳାମାନଙ୍କ ସାମାଜିକ ଅଧିକାରର ସୁରକ୍ଷା ଓ ପ୍ରତିଷ୍ଠା ବୃଦ୍ଧି ପାଇଁ ମଧ୍ୟ ବିଭିନ୍ନ ଯୋଜନାରେ ରାଜ୍ୟ ସରକାର ଗୁରୁତ୍ୱ ଦେଇ ଅଧିକ ସୁବିଧା ଦେଉଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ସେବା ମିଳୁଥିବା ବେଳେ ମହିଳାମାନଙ୍କୁ ୧୦ ଲକ୍ଷ ଟଙ୍କାର ସୁବିଧା ମିଳୁଛି। ନୂଆ-ଓ ଛାତ୍ରବୃତ୍ତିରେ ଝିଅମାନଙ୍କୁ ଅଧିକ ୧ ହଜାର ଟଙ୍କା ମିଳୁଛି। ଲକ୍ଷ୍ମୀ ବସ୍ରେ ମା’ମାନେ ଅଧା ଦାମରେ ମାତ୍ର ୫ ଟଙ୍କାରେ ଯିବାଆସିବା କରୁଛନ୍ତି। କେବଳ ସେତିକି ନୁହେଁ, ରାଶନ କାର୍ଡ, ବିଏସ୍କଓ୍ବୋଇ କାର୍ଡ, ପକ୍କାଘର ଆଦି ସବୁ ମା’ମାନଙ୍କ ନାଁରେ ରହୁଛି। ମହିଳାଙ୍କ ନାଁରେ ଜମି କିଣାହେଲେ ରେଜିଷ୍ଟ୍ରେଶନରେ ବହୁତ ରିହାତି ଦିଆଯାଉଛି। ଏହିସବୁ ପଦକ୍ଷେପ ଦ୍ୱାରା ସମାଜରେ ମା’ମାନଙ୍କ ଗୁରୁତ୍ୱ ବୃଦ୍ଧି ପାଇଛି। ମା’ମାନଙ୍କ ପାଖରେ ବହୁତ ସମ୍ଭାବନା ରହିଛି।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post
Next Post