ଭୁବନେଶ୍ୱର : ଚଳିତ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଆଗତ ହୋଇଛି । ୨୦୨୩-୨୪ର ଅତିରିକ୍ତ ବଜେଟ୍ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ୨୮ ହଜାର ୨୦୦ କୋଟିର ଅତିରିକ୍ତ ବଜେଟ ଆଗତ ହୋଇଛି । ରାଜ୍ୟ ସରକାରଙ୍କ ଅଧୀନରେ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପ ଗୁଡିକୁ ସମ୍ପୂର୍ଣ୍ଣ କରିବା ନିମନ୍ତେ ଅତିରିକ୍ତ ପାଣ୍ଠି ର ଆବଶ୍ୟକତା ରହିଛି । ପ୍ରଚଳିତ ରହିଥି୍ବା କେନ୍ଦ୍ର ଯୋଜନା ଓ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ଓ ଭାରତ ସରକାରଙ୍କ ଦ୍ବାରା ଘୋଷିତ ନୂତନ କେନ୍ଦ୍ର ପ୍ରବର୍ତିତ ଯୋଜନା ନିମନ୍ତେ ଅତିରିକ୍ତ ବ୍ୟୟବରାଦ କରାଯାଇଛି ।ବିପର୍ଯ୍ୟୟ ପରିଚାଳନା ପାଇଁ ସର୍ବାଧିକ ୪୬୯୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ପଞ୍ଚାୟତି ରାଜ ବିଭାଗ ପାଇଁ ୪୦୯୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଗଣଶିକ୍ଷା ପାଇଁ ୨୮୮୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଆମ ଓଡ଼ିଶା ନବୀନ ଓଡ଼ିଶା ୧୩୦୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଜଳସେଚନ ପାଇଁ ୨୪୦୭ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଅନ୍ୟପକ୍ଷରେ ପରିବହନ ଯୋଜନା ଲକ୍ଷ୍ମୀ ପାଇଁ ୫୫୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଏହି ଯୋଜନା ମାଧ୍ୟମରେ ପଞ୍ଚାୟତରୁ ରାଜଧାନୀକୁ ବସ ପରିବହନ କରାଯିବ । ଆରମ୍ଭରେ ଦିବଙ୍ଗତ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋ, ନିବେଦିତା ପ୍ରଧାନ, କୁମର ବେହେରା ଓ ରମେଶ ସୋରେନ ଏବଂ ଦିବଙ୍ଗତ ପୁଲିସ କର୍ମୀ ଦେବାଶିଷ ବିଶ୍ବାଳ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ସୁଶାନ୍ତ କୁମାର ମହାନ୍ତିଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି ଅବସରରେ ସେ ସେମାନଙ୍କ ସ୍ମୃତିଚାରଣ କରିଥିଲେ। ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏମାନେ ସମସ୍ତେ ଦିବଙ୍ଗତ ବ୍ୟକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ଦିବଙ୍ଗତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।ଆଜିଠୁ ଅଧିବେଶନ ଆରମ୍ଭ ହୋଇଥିବାବେଳେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଗୃହ ଚାଲିବ । ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି l
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ