ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା

ମେଟ୍ରୋ ଟିଭି ଓଡିଶା (୨୪.୬.୨୦୨୨)

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଥିପାଇଁ ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଂଜାମ, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।