ଆଜିଠୁ ପୁରୀରୁ ରାଉରକେଲା ଗଡ଼ିବ ଦ୍ବିତୀୟ ବନ୍ଦେ ଭାରତ ଏକ୍ପପ୍ରେସ। ଏହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ ଟ୍ରେନ୍ ଚାଲିବା ଦ୍ବାରା ପୁରୀ ଏବଂ ରାଉରକେଲା ମଧ୍ୟରେ ଯାତ୍ରା ସମୟ ୩ ଘଣ୍ଟା ହ୍ରାସ ପାଇବ। ଆଜି ଅନ୍ୟ ୮ଟି ବନ୍ଦେ ଭାରତ ଏକ୍ସପ୍ରେସର ବି ଶୁଭାରମ୍ଭ ହେବ। ୯ଟି ବନ୍ଦେ ଭାରତ ଏକ୍ସପ୍ରେସ ୧୧ଟି ରାଜ୍ୟ ମଧ୍ୟରେ ରେଳ ଯୋଗାଯୋଗକୁ ତ୍ବରାନ୍ବିତ କରିବ।ଗତ ୨୦ ତାରିଖରେ ଉଦଘାଟନ ପୂର୍ବରୁ ପୁରୀ-ରାଉରକେଲା ମଧ୍ୟରେ ବନ୍ଦେ ଭାରତର ଟ୍ରାଏଲ ରନ୍ କରାଯାଇଥିଲା। ଏହା ସକାଳ ୫ଟାରୁ ପୁରୀରୁ ବାହାରି ଦିନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ। ଏହାପରେ ଅପରାହ୍ନ ୨ଟା ୧୦ରେ ରାଉରକେଲାରୁ ବାହାରି ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ। ପୁରୀରୁ ରାଉରକେଲା ପ୍ରାୟ ୭ ଘଣ୍ଟା ୪୫ ମିନିଟ୍ ସମୟ ନେବ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post