ଭୁବନେଶ୍ବର: ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ବିଜେଡି ପକ୍ଷରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ପର୍ଯ୍ୟନ୍ତ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ। ବଡ଼ଗଡ଼ ବ୍ରିଟ କଳିଙ୍ଗ ବିଜୁ ଆଦର୍ଶ କଲୋନୀରେ ମୁଖ୍ୟମନ୍ତ୍ରୀ ପଦଯାତ୍ରାରେ ସାମିଲ ହେବା ସହ ନେତାଜୀ ଖେଳ ପଡ଼ିଆଠାରେ ଏକ ବିଶାଳ ଜନସମାବେଶକୁ ଉଦବୋଧନ ଦେବେ। ପଦଯାତ୍ରା ସମୟରେ ବିଭିନ୍ନ ଜନକଲ୍ୟାଣ ଓ ଲୋକାଭିମୁଖୀ ଯୋଜନା ବିଷୟରେ ଲୋକଙ୍କୁ ଅବଗତ କରାଯିବ। ଜନସମ୍ପର୍କ ପଦଯାତ୍ରା ଚଳିତବର୍ଷ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ କରାଯିବ। ଏହି ଅବସରରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ’, ଅକ୍ଟୋବର ୯ ତାରିଖରେ ‘ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ’ ଏବଂ ଅକ୍ଟୋବର ୧୧ ତାରିଖରେ ‘ଲୋକନାୟକ ଜୟପ୍ରକାଶ ନାରାୟଣ ଜୟନ୍ତୀ’ ପାଳନ କରାଯିବ। ସେହିପରି ଅକ୍ଟୋବର ୧୨ରୁ ମାସେବ୍ୟାପୀ ଦଳର ସକ୍ରିୟ ସଦସ୍ୟ/ସଦସ୍ୟାଙ୍କୁ ନେଇ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ଜିଲା ପରିଷଦ ଜୋନ୍ସ୍ତରୀୟ ଓ ପୌରାଞ୍ଚଳସ୍ତରରେ ପ୍ରଶିକ୍ଷଣ ଶିବିରମାନ ଆୟୋଜିତ ହେବ।
Trending
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
- ରାତାରାତି ବଢିଗଲା ଆଳୁ-ପିଆଜ ଦର
- ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
- ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’
- ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ ର ଗତିପଥ ,ଓଡ଼ିଶାର ୧୫ଟି ଜିଲା ଉପରେ ବାତ୍ୟାର ପ୍ରକୋପ
- ମନ୍ କି ବାତ୍ କାର୍ଯ୍ୟକ୍ରମର ୧୨୭ତମ ଏପିସୋଡ୍ , ଛଟ୍ ପର୍ବର ଗୁରୁତ୍ୱ ବୁଝାଇଛନ୍ତି ପ୍ରଧାନମନ୍ତ୍ରୀ