ଆଜିଠୁ ୧୩ ଯାଏଁ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ। ଗୃହରେ ଅଭିଭାଷଣ ରଖିବେ ନୂଆ ରାଜ୍ୟପାଳ ରଘୁବର ଦାସ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ। ୮ ତାରିଖରେ ଉପସ୍ଥାପିତ ହେବ କାମଚଳା ବଜେଟ୍। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଗୃହ ବେଶ୍ ସରଗରମ ହେବା ନେଇ ଆଶଙ୍କା କରାଯାଉଛି। ନୂଆ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟପାଳଙ୍କ ଅଭିଭାଷଣ ପରେ ପୂର୍ବତନ ରାଜ୍ୟପାଳ ଏମ୍ ଏମ୍ ରାଜେନ୍ଦ୍ରନଙ୍କ ସମେତ ପରଲୋକଗତ ପୂର୍ବତନ ବିଧାୟକ ଓ ଅନ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକପ୍ରସ୍ତାବ ଆଗତ ହେବ।ଏହାପରେ ଗୃହ ମୁଲତବୀ ରହିବ। ୬ ତାରିଖରେ ପୂର୍ବତନ ରାଜ୍ୟପାଳ ସ୍ବର୍ଗତ ରାଜେନ୍ଦ୍ରନ୍ଙ୍କ ସମ୍ମାନାର୍ଥେ ଗୃହ କାର୍ଯ୍ୟ ହେବ ନାହିଁ ବୋଲି ଆଜି ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି। ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ। ୮ ତାରିଖରେ ଅର୍ଥ ମନ୍ତ୍ରୀ ୨୦୨୪-୨୫ ଆର୍ଥିକ ବର୍ଷର କାମଚଳା ବଜେଟ୍ ଉପସ୍ଥାପନ କରିବେ। ୯ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ୧୦ ଓ ୧୧ ତାରିଖ ଦ୍ବିତୀୟ ଶନିବାର ଓ ରବିବାର ପାଇଁ ଛୁଟି ରହିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post