ଆହୁରି ସହଜ ଜଗନ୍ନାଥ ଦର୍ଶନ ହେବ । ସୁଦୁର ସୁନ୍ଦରଗଡ଼ ହେଉ କି ସୀମାନ୍ତ ନୂଆପଡ଼ା, ଯାତ୍ରୀମାନେ ପୁରୀକୁ ଆରାମଦାୟକ ଯାତାୟତ କରିବାର ସୁବିଧା ପାଇବେ । ତାହା ପୁଣି ସୁଲଭ ମୂଲ୍ୟରେ । କାରଣ ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗନ୍ନାଥ ଏକ୍ସପ୍ରେସକୁ ଫ୍ଲାଗଅଫ୍ କରିବେ । ଜିଲ୍ଲା ମୁଖ୍ୟାଳୟରୁ ଯାତ୍ରୀଙ୍କୁ ନେଇ ପୁରୀ ଶ୍ରୀମନ୍ଦିର ଅଭିମୁଖେ ବାହାରିବ ବିଳାସପୂର୍ଣ୍ଣ ବସ ।ଲକ୍ଷ୍ମୀ ଯୋଜନାର ତୃତୀୟ ପର୍ଯ୍ୟାୟରେ ଜଗନ୍ନାଥ ଚେତନାକୁ ଆହୁରି ବ୍ୟାପକ କରିବାକୁ ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଜଗନ୍ନାଥ ଏକ୍ସପ୍ରେସ୍ ଗଡ଼ାଇବାକୁ ନିଷ୍ପତ୍ତି ହୋଇଛି । ବଲାଙ୍ଗୀର, ବରଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, କୋରାପୁଟ, କଳାହାଣ୍ଡି, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ପରି ୧୫ଟି ଜିଲ୍ଲାର ଜଗନ୍ନାଥ ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଜଗନ୍ନାଥ ବସ୍ ଗଡ଼ାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରୁଟ୍ ଚାର୍ଟ ବି ସ୍ଥିର ହୋଇ ସାରିଛି ।ବସ୍ ଯେଉଁ ଜିଲ୍ଲାରୁ ବି ଆସିଲେ, ଭୁବନେଶ୍ବରର ଦେଇ ପୁରୀ ଯିବ ।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post