ଆହୁରି ସହଜ ଜଗନ୍ନାଥ ଦର୍ଶନ ହେବ । ସୁଦୁର ସୁନ୍ଦରଗଡ଼ ହେଉ କି ସୀମାନ୍ତ ନୂଆପଡ଼ା, ଯାତ୍ରୀମାନେ ପୁରୀକୁ ଆରାମଦାୟକ ଯାତାୟତ କରିବାର ସୁବିଧା ପାଇବେ । ତାହା ପୁଣି ସୁଲଭ ମୂଲ୍ୟରେ । କାରଣ ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗନ୍ନାଥ ଏକ୍ସପ୍ରେସକୁ ଫ୍ଲାଗଅଫ୍ କରିବେ । ଜିଲ୍ଲା ମୁଖ୍ୟାଳୟରୁ ଯାତ୍ରୀଙ୍କୁ ନେଇ ପୁରୀ ଶ୍ରୀମନ୍ଦିର ଅଭିମୁଖେ ବାହାରିବ ବିଳାସପୂର୍ଣ୍ଣ ବସ ।ଲକ୍ଷ୍ମୀ ଯୋଜନାର ତୃତୀୟ ପର୍ଯ୍ୟାୟରେ ଜଗନ୍ନାଥ ଚେତନାକୁ ଆହୁରି ବ୍ୟାପକ କରିବାକୁ ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଜଗନ୍ନାଥ ଏକ୍ସପ୍ରେସ୍ ଗଡ଼ାଇବାକୁ ନିଷ୍ପତ୍ତି ହୋଇଛି । ବଲାଙ୍ଗୀର, ବରଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, କୋରାପୁଟ, କଳାହାଣ୍ଡି, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ପରି ୧୫ଟି ଜିଲ୍ଲାର ଜଗନ୍ନାଥ ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଜଗନ୍ନାଥ ବସ୍ ଗଡ଼ାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରୁଟ୍ ଚାର୍ଟ ବି ସ୍ଥିର ହୋଇ ସାରିଛି ।ବସ୍ ଯେଉଁ ଜିଲ୍ଲାରୁ ବି ଆସିଲେ, ଭୁବନେଶ୍ବରର ଦେଇ ପୁରୀ ଯିବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post