ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୁରୀରେ ତାଙ୍କର ଏକ ରୋଡ୍ ସୋ’ କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ପହଞ୍ଚିବେ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ। ରାଜଭବନରେ ରାତ୍ରୀଯାପନ କରିବେ। ୨୦ ତାରିଖରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେବେ। ପରେ ଏକ ରୋଡ୍ ସୋ’ରେ ସାମିଲ ହେବେ। ସକାଳ ସାଢ଼େ ୯ଟାରେ ଅନୁଗୁଳ ଓ ସାଢ଼େ ୧୧ଟାରେ କଟକ ଜିଲ୍ଲା ପଡ଼ିଆରେ ଜନସଭାକୁ ସମ୍ବୋଧିତ କରିବେ। ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତାକାଲି ୩ଟି ଜନସଭାକୁ ସମ୍ବୋଧିତ କରିବେ। ସକାଳ ୧୦ଟାରେ ସମ୍ବଲପୁର ରେଢ଼ାଖୋଲର ନାକଟିଦେଉଳ, ୧୧ଟା ୪୦ରେ କେନ୍ଦୁଝରର ପାଟଣା ଓ ଅପରାହ୍ଣ ସାଢ଼େ ଗୋଟାଏରେ ଖୋର୍ଦ୍ଧାଠାରେ ଜନସଭାକୁ ସମ୍ବୋଧିତ କରିବେ। ଅପରାହ୍ଣ ୨ଟା ୫୫ରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post
Next Post