ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଏକା ସଙ୍ଗେ ହେଉଛି ଭୋଟିଂ । ପ୍ରାୟ ୬୨ଲକ୍ଷ ୮୭ ହଜାର ଭୋଟର ନିଜ ମତଦାନ ସାବ୍ୟସ୍ତ କରିବେ । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ । ଖରାକୁ ଦୃଷ୍ଟିରେ ରଖି ଅନେକ ମତଦାନ କେନ୍ଦ୍ରରେ ଭୋଟରଙ୍କ ଭିଡ଼ ଦେଖିବାକୁ ମିଳିଛି । ଭୋଟିଂକୁ ଦୃଷ୍ଟିରେ ରଖି ମାଓ ପ୍ରବଣ ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।ଅପରପକ୍ଷରେ ନୂଆପଡ଼ା ଏବଂ ମାଲକାନଗିରିର ଅନେକ ମତଦାନ କେନ୍ଦ୍ରରେ ଇଭିଏମ୍ ଏବଂ ଅନ୍ୟ କେତେକ ବୁଥରେ କଣ୍ଟ୍ରୋଲ ୟୁନିଟ ଖରାପ ଯୋଗୁଁ ଭୋଟିଂ ବାଧାପ୍ରାପ୍ତ ହୋଇଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି କରାଯାଇଛି । ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ୭ହଜାର ୩୦୩ଟି ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଥିବା ବେଳେ ଦୁର୍ଗମ ଅଞ୍ଚଳରେ ପୋଲିଂ ଅଧିକାରୀଙ୍କ ପାଇଁ ଏୟାରଡ୍ରପ୍ ସୁବିଧା ରହିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post