ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଏକା ସଙ୍ଗେ ହେଉଛି ଭୋଟିଂ । ପ୍ରାୟ ୬୨ଲକ୍ଷ ୮୭ ହଜାର ଭୋଟର ନିଜ ମତଦାନ ସାବ୍ୟସ୍ତ କରିବେ । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ । ଖରାକୁ ଦୃଷ୍ଟିରେ ରଖି ଅନେକ ମତଦାନ କେନ୍ଦ୍ରରେ ଭୋଟରଙ୍କ ଭିଡ଼ ଦେଖିବାକୁ ମିଳିଛି । ଭୋଟିଂକୁ ଦୃଷ୍ଟିରେ ରଖି ମାଓ ପ୍ରବଣ ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।ଅପରପକ୍ଷରେ ନୂଆପଡ଼ା ଏବଂ ମାଲକାନଗିରିର ଅନେକ ମତଦାନ କେନ୍ଦ୍ରରେ ଇଭିଏମ୍ ଏବଂ ଅନ୍ୟ କେତେକ ବୁଥରେ କଣ୍ଟ୍ରୋଲ ୟୁନିଟ ଖରାପ ଯୋଗୁଁ ଭୋଟିଂ ବାଧାପ୍ରାପ୍ତ ହୋଇଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି କରାଯାଇଛି । ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ୭ହଜାର ୩୦୩ଟି ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଥିବା ବେଳେ ଦୁର୍ଗମ ଅଞ୍ଚଳରେ ପୋଲିଂ ଅଧିକାରୀଙ୍କ ପାଇଁ ଏୟାରଡ୍ରପ୍ ସୁବିଧା ରହିଛି ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post