ମୁଠାଏ ଲୁଣକୁ ଗୋଟେ ଜାତିର ସ୍ଵାଭିମାନର ପ୍ରତୀକ ବୋଲି ଚିହ୍ନେଇ ଦେବା ସହ ବିନା ଅସ୍ତ୍ର ଓ ରକ୍ତପାତରେ ନିଜର ଅଧିକାର ହାସଲ କରିବାର ବାଟ ବତେଇଥିଲେ। ଦକ୍ଷିଣ ଆଫ୍ରିକାର କଳାଗୋରା ଭେଦଭାବ ବିରୋଧରେ ହେଉ କି ଭାରତର ସ୍ଵାଧୀନତା ସଂଗ୍ରାମ ସବୁଠି ତାଙ୍କ ସତ୍ୟ ଓ ଅହିଂସା ଆଗରେ ପ୍ରତିପକ୍ଷର ଗର୍ବ ଓ ଦମ୍ଭ ଭାଙ୍ଗି ହୋଇଯାଇଛି। ଜାତିର ପିତା ମହାତ୍ମାଗାନ୍ଧୀ, ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ। ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇରେଜ ସରାକରଙ୍କୁ ତଡ଼ି ସ୍ଵାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ ।ତାଙ୍କ ନେତୃତ୍ଵରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା। ଆମରଣ ଅନଶନରେ ବସି ସ୍ଵାଧୀନତାର ସ୍ଵପ୍ନ ଦେଖୁଥିବା ବାପୁ ବର୍ଷ ବର୍ଷ ଧରି ଫିରିଙ୍ଗୀଙ୍କ କାଳକୋଠରୀରେ ଜେଲଦଣ୍ଡ ଭୋଗିଥିଲେ। ଲାଠି ଓ ସତ୍ୟାଗ୍ରହ ଆଗରେ ସେଦିନର ସାମ୍ରାଜ୍ୟବାଦୀ ବ୍ରିଟିଶ୍ ସେନାର ଶକ୍ତି ହାର ମାନିବାକୁ ବାଧ୍ୟ ହୋଇଥିଲା। ସେହି ମହାପୁରୁଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆଜି ସବୁଆଡେ ତାଙ୍କ ଜୟନ୍ତୀ ପାଳନ କରାଯାଉଛି।
Trending
- ମୋଦୀଙ୍କୁ ଭୋଟ ଚୋର କହିଲେ ରାହୁଲ
- ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ
- ୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
Prev Post
Next Post