୧୨ ଦିନର ଲୀଳାଖେଳ ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ନୀଳାଦ୍ରିନାଥ। ରଥାରୂଢ଼ ଚତୁର୍ଦ୍ଧା ବିଗ୍ରହ ରଥ ଉପରୁ ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ବ୍ରହ୍ମାଣ୍ଡଠାକୁର। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ବିଳମ୍ୱିତ ରାତିରେ ଅଧରପଣା ନୀତି ଶେଷ ପରେ ଆସନ୍ତାକାଲିର ନୀତି ଆରମ୍ଭ ହେବ। ଶ୍ରୀମନ୍ଦିର ପ୍ରଶାସନ ଏଥିପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରିଛି।ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ଭିତରେ ତିନିରଥରେ ଚାରବନ୍ଧା ସରିବା ପରେ ସାଢ଼େ ୩ଟାରେ ସିଂହାସନ ମାଜଣା କରାଯିବ। ୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ଅପରାହ୍ଣ ୪ଟାରେ ପହଣ୍ଡି ଆରମ୍ଭ ହେବ। ରାତି ୧୦ଟା ସୁଦ୍ଧା ପହଣ୍ଡି ଶେଷ ପରେ ରୁନ୍ଧା କାର୍ଯ୍ୟ ସମାପନ ହେବ।ରାତି ସାଢ଼େ ୧୨ଟା ସୁଧା ରୁନ୍ଧା ସରିବା ପରେ ଅପରାହ୍ଣ ଗୋଟାଏରୁ ଦଇତାପତି ସର୍ବାଙ୍ଗ, ଶ୍ରୀମୁଖ ଖଣ୍ଡୁଆ, ଚାରମାଳ ଫିଟା ନୀତି ଅନୁଷ୍ଠିତ ହେବ। ରାତି ସାଢ଼େ ୨ଟାରେ ସୁଦର୍ଶନ ସିଂହାସନକୁ ବିଜେ କରିବେ। ଶ୍ରୀମୁଖ ଖଣ୍ଡୁଆ ମଇଲମ ପରେ ରାତି ୨ଟା ୪୫ରେ ଚକାପୋଛା, ରାତି ୩ଟାରେ ସିଂହାସନ ଧୁଆ, ରାତି ୩ଟା ୧୦ ସୁଦ୍ଧା ମାଧବ, ଶ୍ରୀଦେବୀ, ଭୂଦେବୀ ସିଂହାସନକୁ ବିଜେ ପରେ ସାଢ଼େ ୩ଟାରେ ମହାସ୍ନାନ ଶେଷ ହେବ। ରାତି ୩ଟା ୩୫ରେ ରୋଷହୋମ, ମଇଲମ, ୩ଟା ୪୫ରେ ଚନ୍ଦନଲାଗି, ୪ଟାରେ ସୂର୍ଯ୍ୟପୂଜା, ୪ଟା ୧୫ରେ ଦ୍ବାରପାଳ ପୂଜା, ବଡ଼ସିଂହାର ବେଶ, ୪ଟା ୪୫ରେ ବଡ଼ସିଂହାର ଭୋଗ ହୋଇ ଭୋର୍ ୫ଟାରେ ରାତ୍ରପହୁଡ଼ ହେବ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post