୧୨ ଦିନର ଲୀଳାଖେଳ ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ନୀଳାଦ୍ରିନାଥ। ରଥାରୂଢ଼ ଚତୁର୍ଦ୍ଧା ବିଗ୍ରହ ରଥ ଉପରୁ ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ ବ୍ରହ୍ମାଣ୍ଡଠାକୁର। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ବିଳମ୍ୱିତ ରାତିରେ ଅଧରପଣା ନୀତି ଶେଷ ପରେ ଆସନ୍ତାକାଲିର ନୀତି ଆରମ୍ଭ ହେବ। ଶ୍ରୀମନ୍ଦିର ପ୍ରଶାସନ ଏଥିପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରିଛି।ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ଭିତରେ ତିନିରଥରେ ଚାରବନ୍ଧା ସରିବା ପରେ ସାଢ଼େ ୩ଟାରେ ସିଂହାସନ ମାଜଣା କରାଯିବ। ୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ଅପରାହ୍ଣ ୪ଟାରେ ପହଣ୍ଡି ଆରମ୍ଭ ହେବ। ରାତି ୧୦ଟା ସୁଦ୍ଧା ପହଣ୍ଡି ଶେଷ ପରେ ରୁନ୍ଧା କାର୍ଯ୍ୟ ସମାପନ ହେବ।ରାତି ସାଢ଼େ ୧୨ଟା ସୁଧା ରୁନ୍ଧା ସରିବା ପରେ ଅପରାହ୍ଣ ଗୋଟାଏରୁ ଦଇତାପତି ସର୍ବାଙ୍ଗ, ଶ୍ରୀମୁଖ ଖଣ୍ଡୁଆ, ଚାରମାଳ ଫିଟା ନୀତି ଅନୁଷ୍ଠିତ ହେବ। ରାତି ସାଢ଼େ ୨ଟାରେ ସୁଦର୍ଶନ ସିଂହାସନକୁ ବିଜେ କରିବେ। ଶ୍ରୀମୁଖ ଖଣ୍ଡୁଆ ମଇଲମ ପରେ ରାତି ୨ଟା ୪୫ରେ ଚକାପୋଛା, ରାତି ୩ଟାରେ ସିଂହାସନ ଧୁଆ, ରାତି ୩ଟା ୧୦ ସୁଦ୍ଧା ମାଧବ, ଶ୍ରୀଦେବୀ, ଭୂଦେବୀ ସିଂହାସନକୁ ବିଜେ ପରେ ସାଢ଼େ ୩ଟାରେ ମହାସ୍ନାନ ଶେଷ ହେବ। ରାତି ୩ଟା ୩୫ରେ ରୋଷହୋମ, ମଇଲମ, ୩ଟା ୪୫ରେ ଚନ୍ଦନଲାଗି, ୪ଟାରେ ସୂର୍ଯ୍ୟପୂଜା, ୪ଟା ୧୫ରେ ଦ୍ବାରପାଳ ପୂଜା, ବଡ଼ସିଂହାର ବେଶ, ୪ଟା ୪୫ରେ ବଡ଼ସିଂହାର ଭୋଗ ହୋଇ ଭୋର୍ ୫ଟାରେ ରାତ୍ରପହୁଡ଼ ହେବ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post