ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ। ଦିନ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ଘୋଷଣା କରାଯିବ। ଏନେଇ ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ଚଳିତବର୍ଷ ମୋଟ ୩ଲକ୍ଷ ୫୭ ହଜାର ୯୪୨ ଛାତ୍ରଛାତ୍ରୀ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗରେ ପରୀକ୍ଷା ଦେଇଛନ୍ତି । ଏଥିରେ ୧ ଲକ୍ଷ ୭୩ ହଜାର ୫୩୪ ଜଣ ଛାତ୍ର ଥିବା ବେଳେ, ଛାତ୍ରୀଙ୍କ ସଂଖ୍ୟା ରହିଛି ୧ ଲକ୍ଷ ୮୪ ହଜାର ୪୦୮ । କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ, ବିଜ୍ଞାନରେ ୯୧ ହଜାର ୩୭୮, ବାଣିଜ୍ୟରେ ୨୩ ହଜାର ୧୪୮ ଜଣ ପିଲା ପରୀକ୍ଷା ଦେଇଛନ୍ତି ।