ନିର୍ବାଚନ ପ୍ରଚାରବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ ଓଡ଼ିଶାରେ ବିଜେପି ସରକାର ହେଲେ ‘ସୁଭଦ୍ରା’ ଯୋଜନା ଆରମ୍ଭ ହେବ। ମହିଳାଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆସନ୍ତାକାଲି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଜନ୍ମଦିନ ଅବସରରେ ରାଜ୍ୟବାସୀଙ୍କୁ ଏହି ଯୋଜନା ଭେଟି ଦେବାକୁ ଆସୁଛନ୍ତି। ନିର୍ବାଚନ ବେଳେ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହାକୁ ପୂରଣ କରିବାକୁ ବିଜେପି ସରକାର ଜୋରଦାର୍ ପ୍ରସ୍ତୁତି କରିଛି। ଏନେଇ ଜନତା ମଇଦାନରେ ବିରାଟ ଜନସଭାର ଆୟୋଜନ କରାଯାଇଛି। ଏଥିରେ ପ୍ରାୟ ୭୦ହଜାର ଲୋକ ସାମିଲ୍ ହେବାକୁ ଥିବାବେଳେ ପ୍ରତି ଗାଁ, ପଞ୍ଚାୟତ, ସହରାଞ୍ଚଳର ପ୍ରାୟ ୫୦ହଜାର ମହିଳା ଏଥିରେ ସାମିଲ୍ ହେବେ। ‘ସୁଭଦ୍ରା’ ଯୋଜନା ଆରମ୍ଭ କରି ମୋଦୀ ସୁଇଚ୍ ଟିପି ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫ହଜାର ଟଙ୍କା ଲେଖାଏ ପଠାଇବେ। ହିତାଧିକାରୀଙ୍କ ଆଧାର ସକ୍ଷମ ଏବଂ ଡିବିଟି ସକ୍ଷମ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଟଙ୍କା ଜମା ହେବ।
Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Prev Post
Next Post