ନିର୍ବାଚନ ପ୍ରଚାରବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ ଓଡ଼ିଶାରେ ବିଜେପି ସରକାର ହେଲେ ‘ସୁଭଦ୍ରା’ ଯୋଜନା ଆରମ୍ଭ ହେବ। ମହିଳାଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆସନ୍ତାକାଲି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଜନ୍ମଦିନ ଅବସରରେ ରାଜ୍ୟବାସୀଙ୍କୁ ଏହି ଯୋଜନା ଭେଟି ଦେବାକୁ ଆସୁଛନ୍ତି। ନିର୍ବାଚନ ବେଳେ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହାକୁ ପୂରଣ କରିବାକୁ ବିଜେପି ସରକାର ଜୋରଦାର୍ ପ୍ରସ୍ତୁତି କରିଛି। ଏନେଇ ଜନତା ମଇଦାନରେ ବିରାଟ ଜନସଭାର ଆୟୋଜନ କରାଯାଇଛି। ଏଥିରେ ପ୍ରାୟ ୭୦ହଜାର ଲୋକ ସାମିଲ୍ ହେବାକୁ ଥିବାବେଳେ ପ୍ରତି ଗାଁ, ପଞ୍ଚାୟତ, ସହରାଞ୍ଚଳର ପ୍ରାୟ ୫୦ହଜାର ମହିଳା ଏଥିରେ ସାମିଲ୍ ହେବେ। ‘ସୁଭଦ୍ରା’ ଯୋଜନା ଆରମ୍ଭ କରି ମୋଦୀ ସୁଇଚ୍ ଟିପି ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫ହଜାର ଟଙ୍କା ଲେଖାଏ ପଠାଇବେ। ହିତାଧିକାରୀଙ୍କ ଆଧାର ସକ୍ଷମ ଏବଂ ଡିବିଟି ସକ୍ଷମ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଟଙ୍କା ଜମା ହେବ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post