ଆଜି ବାହୁଡ଼ା ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା । ଜନ୍ମବେଦୀରେ ସବୁ ଲିଳାଖେଳା ସାରିବା ନୀଳକନ୍ଦରକୁ ବାହୁଡ଼ିିବେ ନୀଳାଦ୍ରୀନାଥ ଏଥିପାଇଁ ସରିଛି ସବୁ ପ୍ରସ୍ତୁତି।ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାହୁଡ଼ା ନୀତି ପାଇଁ ଆଡପ ମଣ୍ଡପରେ ସନ୍ଧ୍ୟା ଦର୍ଶନ ସନ୍ଧ୍ୟା ୫ଟାରୁ ଭକ୍ତଙ୍କ ପାଇଁ ବନ୍ଦ କରି ଦିଆଯାଇଛି । ରବିବାର ସକାଳେ ଶରଧାବାଲିରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା ।ତେବେ ସୋମବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଯାଇଛି । ସୋମବାର ଭୋର୍ ୪ଟାରେ ମଙ୍ଗଳ ଆଳତି, ୪.୧୫ରେ ମଇଲମ୍, ୪.୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫.୧୫ରେ ସୂର୍ଯ୍ୟପୂଜା, ୫.୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇ ସକାଳ ୫.୪୫ ରୁ ୬.୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧.୩୦ ସେନାପଟା ଲାଗି, ୧୧.୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨.୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟା ରୁ ୨.୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨.୩୦ରୁ ୩.୩୦ ଛେରାପହଁରା, ଅପରାହ୍ନ ୩ଟା ରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ଘୋଡା ଲାଗିରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।ଏଥି ସହ ଜିଲ୍ଲା ପ୍ରଶାସନ ପକ୍ଷରୁ ଭକ୍ତଙ୍କ ନିମନ୍ତେ ପାଣି, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ଜରୁରୀ କାଳୀନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଅନ୍ୟପଟେ ସୋମବାର ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ଏସ୍ପି ପିନାକ ମିଶ୍ର ସୂଚନା ପ୍ରଦାନ କରିଥିଲେ । ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ରବିବାର ରାତି ୧୨ଟାରୁ ସହରରେ ଟ୍ରାଫିକ କଟକଣା ଲାଗୁ କରାଯିବ ବୋଲି ଏସ୍ପି ସୂଚନା ଦେଇଛନ୍ତି । ବାହୁଡ଼ା ଯାତ୍ରାଦିନ ରଥଯାତ୍ରା ପରି ଯେପରି କୌଣସି ଅଘଟଣ ନ ଘଟେ ସେଥିନେଇ ନଜର ରଖାଯିବ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post