ଆଜି ବାହୁଡ଼ା ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା । ଜନ୍ମବେଦୀରେ ସବୁ ଲିଳାଖେଳା ସାରିବା ନୀଳକନ୍ଦରକୁ ବାହୁଡ଼ିିବେ ନୀଳାଦ୍ରୀନାଥ ଏଥିପାଇଁ ସରିଛି ସବୁ ପ୍ରସ୍ତୁତି।ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାହୁଡ଼ା ନୀତି ପାଇଁ ଆଡପ ମଣ୍ଡପରେ ସନ୍ଧ୍ୟା ଦର୍ଶନ ସନ୍ଧ୍ୟା ୫ଟାରୁ ଭକ୍ତଙ୍କ ପାଇଁ ବନ୍ଦ କରି ଦିଆଯାଇଛି । ରବିବାର ସକାଳେ ଶରଧାବାଲିରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା ।ତେବେ ସୋମବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଯାଇଛି । ସୋମବାର ଭୋର୍ ୪ଟାରେ ମଙ୍ଗଳ ଆଳତି, ୪.୧୫ରେ ମଇଲମ୍, ୪.୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫.୧୫ରେ ସୂର୍ଯ୍ୟପୂଜା, ୫.୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇ ସକାଳ ୫.୪୫ ରୁ ୬.୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧.୩୦ ସେନାପଟା ଲାଗି, ୧୧.୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨.୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟା ରୁ ୨.୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨.୩୦ରୁ ୩.୩୦ ଛେରାପହଁରା, ଅପରାହ୍ନ ୩ଟା ରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ଘୋଡା ଲାଗିରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।ଏଥି ସହ ଜିଲ୍ଲା ପ୍ରଶାସନ ପକ୍ଷରୁ ଭକ୍ତଙ୍କ ନିମନ୍ତେ ପାଣି, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ଜରୁରୀ କାଳୀନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଅନ୍ୟପଟେ ସୋମବାର ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ଏସ୍ପି ପିନାକ ମିଶ୍ର ସୂଚନା ପ୍ରଦାନ କରିଥିଲେ । ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ରବିବାର ରାତି ୧୨ଟାରୁ ସହରରେ ଟ୍ରାଫିକ କଟକଣା ଲାଗୁ କରାଯିବ ବୋଲି ଏସ୍ପି ସୂଚନା ଦେଇଛନ୍ତି । ବାହୁଡ଼ା ଯାତ୍ରାଦିନ ରଥଯାତ୍ରା ପରି ଯେପରି କୌଣସି ଅଘଟଣ ନ ଘଟେ ସେଥିନେଇ ନଜର ରଖାଯିବ ।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post
Next Post