ଆଜି ପବିତ୍ର ଭାଗବତ ଜନ୍ମ । ଏହି ଦିନକୁ ପ୍ରତି ଗାଁ ଗାଁରେ ପାଳନ କରାଯାଉଛି । ଭାଦ୍ରବ ମାସ ପୂର୍ଣ୍ଣିମା ତିଥିରେ ଭାଗବତ ଜନ୍ମଦିନ ରୂପେ ପାଳନ କରାଯାଉଛି । ଏହି ଦିନ ଜଗନ୍ନାଥ ଦାସ ଭାଗବତ ଲେଖିବା ଆରମ୍ଭ କରିଥିବା କଥାରେ ଅଛି । ଗାଁ ଗାଁରେ ରହିଥିବା ଭାଗବତ ଟୁଙ୍ଗିରେ ଆଜି ପୂଜା ହେବା ସହ ଭୋଜି ହେବାର ପରମ୍ପରା ରହିଛି । ପ୍ରତି ସନ୍ଧ୍ୟାରେ ଏହି ଟୁଙ୍ଗୀରେ ଭାଗବତ ପାଠ ହେଉଛି । ଓଡ଼ିଆ ଜାତିର ସଂସ୍କୃତିରେ ଭାଦ୍ରପୂର୍ଣ୍ଣିମାର ଗୁରୁତ୍ବ ରହିଛି । ଏହି ତିଥିରେ ଭାଗବତ ଆରମ୍ଭ ହୋଇଥିବାରୁ ଏହି ତିଥି ଟି ଭାଗବତ ଜନ୍ମ ରୂପେ ପାଳିତ ହୋଇଆସୁଛି । ସନକାଦି ଋଷିମାନଙ୍କ ର ପରାମର୍ଶ ଥିଲା ଯେ ଶ୍ରୀମଦ୍ ଭାଗବତ ମହାପୁରାଣ ଶ୍ରବଣ କଲେ ମୋକ୍ଷ ପ୍ରାପ୍ତି ହେବ । ପାପ ଦୂର ହେବ । ଭାଗବତ ଶ୍ରବଣମାତ୍ରକେ ଆତ୍ମା ଶାନ୍ତି ପାଇବ । ଭାଗବତ ଶ୍ରବଣର ମହତ୍ତ୍ୱ ବିଷୟରେ ଏହିପରି ଅନେକ କାହାଣୀ ରହିଛି । ଭକ୍ତମାନଙ୍କ ପାଇଁ ଭଗବାନଙ୍କ କଣ୍ଠରୁ ଓମ୍ କାର ରୂପକ ତିନି ଅକ୍ଷର ସୃଷ୍ଟି ହେଲା ଓ ଏହା ଅନନ୍ତଙ୍କୁ ଅର୍ପିତ ହେଲା । ଅନନ୍ତ ଚବିଶ ଅକ୍ଷର ବିଶିଷ୍ଟ ଗାୟତ୍ରୀ ମନ୍ତ୍ର ସୃଷ୍ଟି କରି ସୃଷ୍ଟିକର୍ତ୍ତା ବ୍ରହ୍ମାଙ୍କୁ ସମର୍ପଣ କଲେ । ବ୍ରହ୍ମା ଚାରିଗୋଟି ଶ୍ଳୋକରେ ନାରାୟଣ ଋଷିଙ୍କୁ ପ୍ରଦାନ କଲେ ।ଋଷି ଦଶଗୋଟି ଶ୍ଳୋକରେ ମହର୍ଷି ନାରଦ ଙ୍କୁ, ନାରଦ ଶହେ ଶ୍ଳୋକରେ ବ୍ୟାସଦେବଙ୍କୁ, ବ୍ୟାସ ଅଠର ହଜାର ଶ୍ଳୋକରେ ଶୁକମୁନିଙ୍କୁ ଅର୍ପଣ କରିଥିଲେ। ଶୁକମୁନି ପରୀକ୍ଷିତ ମହାରାଜା ଙ୍କୁ ସପ୍ତାହବ୍ୟାପୀ ବୁଝାଇ ବ୍ରହ୍ମଲୀନ କରାଇଥିଲେ । ତା’ପରେ ଜନସାଧାରଣ ତାହାକୁ ଭାଗବତ ବୋଲି ଜାଣି ପୂଜାର୍ଚ୍ଚନା ଓ ଆଲୋଚନା କରିବାରେ ଲାଗିଲେ । ଷାଠିଏ ହଜାର ଋଷିଙ୍କ ପ୍ରତିନିଧି ସ୍ୱରୂପ ଶୌନକ ମୁନି ସୁତମୁନିଙ୍କୁ ଯେଉଁ ପ୍ରଶ୍ନମାନ ପଚାରିଥିଲେ ତାହାର ଉତ୍ତର ଭାଗବତର ପ୍ରଥମରୁ ଦ୍ୱାଦଶ ସ୍କନ୍ଧ ମଧ୍ୟରେ ବର୍ଣ୍ଣିତ ହୋଇଛି । ଭାଗବତ ଗ୍ରନ୍ଥ ଆଜି ଘରେ ଘରେ ପୂଜା ପାଉଛି ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Prev Post