ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଆଜି ସକାଳ ୧୦ ଟା ୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ହେଲିକେପ୍ଟର ଯୋଗେ ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବେ । ସେଠାରୁ ପୁଣି ସମ୍ବଲପୁର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ପହଞ୍ଚିବେ । ରିଜର୍ଭ ପୋଲିସ ଗ୍ରାଉଣ୍ଡରୁ ଅଇଁଠାପାଲି ପିଏଚଡି ପଡିଆକୁ ଯିବେ । ୧୧ ଟା ୩୦ ମିନିଟ ସମୟରେ ପିଏଚଡି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଅଇଁଠାପାଲିରୁ ନାକଟିଦେଉଳ ଏବଂ ରେଢ଼ାଖୋଲ ଯିବାର କାର୍ଯ୍ୟକ୍ରମ ରହିଛି ।ସମ୍ବଲପୁର ପରେ ୩ଟା ୩୦ରେ ଅନୁଗୁଳ ଷ୍ଟାଡିୟମରେ ପହଁଛି ଜନସଭାକୁ ସମ୍ବୋଧିତ କରିବେ । ସେଠାରୁ ଠେଙ୍କାନାଳ ଯାଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ଯକ୍ରମ ରହିଛି ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post
Next Post